ମୁଖ୍ୟ ଖବର

ଜିଲ୍ଲାସ୍ତରୀୟ ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀ ଜୟନ୍ତୀ ସମାରୋହ ପାଳିତ

By Angul TV Bureau

November 23, 2024

ଅନୁଗୁଳ: ଅନୁଗୁଳ ଜିଲ୍ଲା ସମ୍ମିଳନୀ କକ୍ଷରେ ଶୁକ୍ରବାର ଜିଲ୍ଲାସ୍ତରୀୟ ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟୀ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଶାନ୍ତନୁ କୁମାର ସର, ଧରଣୀଧର ନାଥ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ କେ ଶ୍ରବଣ କୁମାର ଯୋଗ ଦେଇଥିଲେ।

ଅତିଥିମାନେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ଜୀବନୀ ଉପରେ ବକ୍ତବ୍ୟ ରଖିଥିଲେ। ପରେ ଉଚ୍ଚ ବିଦ୍ୟାଳୟ ସ୍ତରରେ ପୂର୍ବରୁ ହୋଇଥିବା ପ୍ରତିଯୋଗିତାରେ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା।