ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ଜିଲ୍ଲାସ୍ତରୀୟ ପ୍ରସ୍ତୁତି, ଆଲର୍ଟ ରହିବାକୁ ସବୁ ବିଭାଗକୁ ନିର୍ଦ୍ଦେଶ

You are currently viewing ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ଜିଲ୍ଲାସ୍ତରୀୟ ପ୍ରସ୍ତୁତି, ଆଲର୍ଟ ରହିବାକୁ ସବୁ ବିଭାଗକୁ ନିର୍ଦ୍ଦେଶ

ଅନୁଗୁଳ: ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଓ ପରିଚାଳନା ପ୍ରସ୍ତୁତି ବୈଠକ ଆଜି ପୂର୍ବାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି। ଜିଲ୍ଲାପାଳ ଅବଦାଲ ମୁହମ୍ମଦ୍ ଅଖତରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି, ଅନୁଗୁଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ, ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରା, ଆଠମଲ୍ଲିକ ବିଧାୟକ ନଳିନୀକାନ୍ତ ପ୍ରଧାନ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ବବିତା ପ୍ରଧାନ, ସମ୍ବଲପୁର ସାଂସଦଙ୍କ ପ୍ରତିନିଧି ସୁଦୀପ ଗଡ଼ନାୟକ, ପାଳଲହଡ଼ା ବିଧାୟକଙ୍କ ପ୍ରତିନିଧି ଓ ବିଭିନ୍ନ ପଞ୍ଚାୟତ ସମିତିର ଅଧ୍ୟକ୍ଷା ପ୍ରମୁଖ ଯୋଗ ଦେଇଥିଲେ।

ବୈଠକରେ ରାଜସ୍ବ, ସ୍ବାସ୍ଥ୍ୟ, ଶିକ୍ଷା, ଜଳସେଚନ, ବିଦ୍ୟୁତ, ପୂର୍ତ୍ତ, ଅଗ୍ନିଶମ, ଆରକ୍ଷୀ ବାହିନୀ, ପଞ୍ଚାୟତ ଓ ଗ୍ରାମୀଣ ଜଳଯୋଗାଣ, ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ, ନଗର ଉନ୍ନୟନ ବିଭାଗର ବିଭାଗୀୟ ଅଧିକାରୀମାନେ ନିଜ ନିଜର ପ୍ରସ୍ତୁତି ଉପରେ ତଥ୍ୟ ଉପସ୍ଥାପନ କରିଥିଲେ। ଏ ଅବସରରେ ବର୍ଷା ଦିନ ପୂର୍ବରୁ
ନାଳ ନର୍ଦ୍ଦମାଗୁଡ଼ିକୁ ସଫା କରିବା ଓ ମରାମତି କରିବା, ଶୁଖିଲା ଖାଦ୍ୟ ମହଜୁଦ ରଖିବା, ଯନ୍ତ୍ରଚାଳିତ ବୋଟ୍ ସଜାଗ ରଖିବା ଇତ୍ୟାଦି ସମ୍ପର୍କରେ ଆଲୋଚନା ହୋଇଥିଲା।

ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ଶିବାନନ୍ଦ ମହାନ୍ତି, ଜିଲ୍ଲା ଆପାତକାଳୀନ ଅଧିକାରୀ ଶୁଭେନ୍ଦୁ କୁମାର ଜେନା, ସମସ୍ତ ଉପଜିଲ୍ଲାପାଳ, ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାରଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଯୋଗ ଦେଇଥିଲେ।

Share

Leave a Reply