ମୁଖ୍ୟ ଖବର

ଅନୁଗୁଳରେ ଜିଲ୍ଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ, ସମ୍ମାନିତ ହେଲେ ପଞ୍ଚାୟତ ଓ ବ୍ୟକ୍ତିତ୍ବ

By Angul TV Bureau

April 24, 2025

ଅନୁଗୁଳ: ସ୍ଥାନୀୟ ବିଜୁ ମଇଦାନରେ ଜିଲ୍ଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ୨୦୨୫ ମହାସମାରୋହରେ ପାଳିତ ହୋଇଛି। କାର୍ଯ୍ୟକ୍ରମରେ ଅନୁଗୁଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ, ପାଳଲହଡ଼ା ବିଧାୟକ ଅଶୋକ ମହାନ୍ତି, ଜିଲ୍ଲାପାଳ ଅବ୍ଦାଲ ମୁହମ୍ମଦ ଅଖତାର, ଜିଲ୍ଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଦେବଦତ୍ତ ମହନ୍ତ, ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ପଦ୍ମନାଭ ସାମନ୍ତରାୟ, ଅନୁଗୁଳ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଡ. ବିଶ୍ବଭୂଷଣ, ସମ୍ବଲପୁର ସଂସଦଙ୍କ ପ୍ରତିନିଧି ସୁଦୀପ ଗଡନାୟକ ଓ ପ୍ରଦୀପ ପ୍ରଧାନ, ଢେଙ୍କାନାଳ ସାଂସଦଙ୍କ ପ୍ରତିନିଧି ପ୍ରଭାତ କୁମାର ପ୍ରଧାନ ପ୍ରମୁଖ ଯୋଗଦେଇଥିଲେ।ଏ ଅବସରରେ ରାଜ୍ୟସ୍ତରୀୟ ପଞ୍ଚାୟତିରାଜ ଦିବସ କାର୍ଯ୍ୟକ୍ରମର ଆଭାସୀ ମାଧ୍ୟମରେ ସିଧା ପ୍ରସାରଣ କରାଯାଇଥିଲା। ପରେ ଶ୍ରେଷ୍ଠ ପଞ୍ଚାୟତ ପୁରସ୍କାର, ପଞ୍ଚଦଶ ଅର୍ଥ ଆୟୋଗର ଅର୍ଥରାଶି ବଣ୍ଟନ, ନୂତନ ଖାଉଟି କାର୍ଡ ବଣ୍ଟନ, ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ୧୦୦ ଗୋଟି କାର୍ଯ୍ୟଦିବସ ପୂରଣ କରିଥିବା ବ୍ୟକ୍ତିଙ୍କୁ ସମ୍ମାନିତ କରାଯାଇଥିଲା। ପରେ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ କରାଯାଇଥିଲା। କାର୍ଯ୍ୟକ୍ରମରେ ବିଭିନ୍ନ ଗ୍ରାମ ପଞ୍ଚାୟତର ନିର୍ବାଚିତ ପଞ୍ଚାୟତିରାଜ ପ୍ରତିନିଧି, ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟା, ଅଙ୍ଗନୱାଡି କର୍ମୀ, ଜିଲ୍ଲା ଏବଂ ବ୍ଲକସ୍ତରୀୟ ଅଧିକାରୀ, କର୍ମଚାରୀ, ମିଶନ ଶକ୍ତି ଏବଂ ମିଲେଟ ଶକ୍ତି ମା’ମାନେ ଯୋଗ ଦେଇଥିଲେ।