ଅନୁଗୁଳ: ଜିଲ୍ଲା କାର୍ଯ୍ୟାଳୟ କୋର୍ଟରୁମ୍ ଠାରେ ମଙ୍ଗଳବାର ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ୍ ୩୮ଟି ଅଭିଯୋଗର ଶୁଣାଣି କରାଯାଇଛି। ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଜଗମୋହନ ମୀନା ଓ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ବ) ସନ୍ତୋଷ କୁମାର ପ୍ରଧାନ ଯୋଗ ଦେଇ ସମସ୍ତ ଅଭିଯୋଗର ଶୁଣାଣି କରିଥିଲେ ।
ଅଭିଯୋଗ ମଧ୍ୟରେ ୩୬ଟି ବ୍ୟକ୍ତିଗତ ଓ ୨ଟି ଗ୍ରାମ୍ୟ ଭିଭିକ ରହିଥିବା ବେଳେ ଶୁଣାଣି କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଶିବିରକୁ ଆସିଥିବା ଲୋକମାନେ ସାଧାରଣତଃ ବିସ୍ଥାପିତ ପରିବାରଙ୍କ ସମସ୍ୟା, ପାନୀୟଜଳ, ଚିକିତ୍ସା ଓ ଜମି ଅଧିଗ୍ରହଣ ସମସ୍ୟା ସମ୍ପର୍କରେ ଅଭିଯୋଗ କରିଥିଲେ।ଶିବିରରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଲଳିତ ମୋହନ ବେହେରା, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ତ୍ରିଲୋଚନ ପ୍ରଧାନ, ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।