ଜିଲ୍ଲାସ୍ତରୀୟ ସମବାୟ ମହୋତ୍ସବ ଆୟୋଜିତ: ସମବାୟ ବିକାଶରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଅବଦାନକୁ ମନେପକାଇଲେ ଅତିଥି

You are currently viewing ଜିଲ୍ଲାସ୍ତରୀୟ ସମବାୟ ମହୋତ୍ସବ ଆୟୋଜିତ: ସମବାୟ ବିକାଶରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଅବଦାନକୁ ମନେପକାଇଲେ ଅତିଥି

ଅନୁଗୁଳ: ୭୧ ତମ ନିଷ୍ଫଳ ଭାରତ ସମବାୟ ସପ୍ତାହ ପାଳନ ଅବସରରେ ସ୍ଥାନୀୟ ସଭାଘର ଠାରେ ଆଜି ପୂର୍ବାହ୍ନରେ ଜିଲ୍ଲାସ୍ତରୀୟ ସମବାୟ ମହୋତ୍ସବ ଅନୁଷ୍ଠିତ ହୋଇଛି। ମୁଖ୍ୟ ଅତିଥିଭାବେ ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି ଯୋଗ ଦେଇଥିବା ବେଳେ ଅନୁଗୁଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ, ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ, ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରା, ପାଳଲହଡା ବିଧାୟକ ଅଶୋକ ମହାନ୍ତି, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦଙ୍କ ପ୍ରତିନିଧି ସୁଦିପ ଗଡନାୟକ, ଅନୁଗୁଳ ସଂଯୁକ୍ତ କେନ୍ଦ୍ର ସମବାୟ ବ୍ୟାଙ୍କର ସଭାପତି ସନ୍ତୋଷ କୁମାର ପ୍ରଧାନ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।

ମୁଖ୍ୟ ବକ୍ତା ଭାବେ ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଡ.ଧରଣୀଧର ନାଥ ଯୋଗ ଦେଇ ଭାରତ ଓ ଓଡିଶାରେ ସମବାୟ ଆନ୍ଦୋଳନର ଜନ୍ମ ଓ ବିକାଶ ସମ୍ପର୍କରେ ଆଲୋଚନା କରିଥିଲେ। ଏହି ଅବସରରେ ସେ ଓଡିଶାରେ ସମବାୟ ବିକାଶରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଅବଦାନକୁ ମନେପକାଇଥିଲେ । ସମବାୟ ସପ୍ତାହ ପାଳନ ଅବସରରେ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ଅତିଥି ପୁରସ୍କୃତ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଅନୁଗୁଳ ସମବାୟ ସମିତି ସମୂହର ଉପନିବନ୍ଧକ ଦୁଖୁଆ ଟୁଡୁ, କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରଦୀପ କୁମାର ପରିଡାଙ୍କ ସମେତ ଜିଲ୍ଲାର ସମବାୟ ସମିତିର ସଭ୍ୟ, କର୍ମଚାରୀ, ଗଣମାଧ୍ୟମର ପ୍ରତିନିଧି ଓ ଛାତ୍ରଛାତ୍ରୀ ପ୍ରମୁଖ ଯୋଗ ଦେଇଥିଲେ।

Share

Leave a Reply