ଜିଲ୍ଲାସ୍ତରୀୟ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା-୨୦୨୫, ଓମ୍ ସାଇ ଶକ୍ତି ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ପ୍ରଥମ

You are currently viewing ଜିଲ୍ଲାସ୍ତରୀୟ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା-୨୦୨୫, ଓମ୍ ସାଇ ଶକ୍ତି ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ପ୍ରଥମ

ଅନୁଗୁଳ: ରାଜ୍ୟ ସରକାର ମିଶନ ଶକ୍ତି ବିଭାଗ ପକ୍ଷରୁ ଅନୁଗୁଳ ଜିଲ୍ଲାସ୍ତରୀୟ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା-୨୦୨୫ ଜିଲ୍ଲା ପରିଷଦ ସମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି। ପ୍ରତିଯୋଗିତାର ସମୟ ସୀମା ୩ ଘଣ୍ଟା ଥିଲା। ପ୍ରତିଯୋଗିତାରେ ୭ ଟି ବ୍ଲକରୁ ୭ ଟି ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଅଂଶ ଗ୍ରହଣ କରିଥିଲେ। ସେମାନଙ୍କ ମଧ୍ୟରୁ କିଶୋରନଗର ବ୍ଲକ, ବାମୁର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଓମ ସାଇ ଶକ୍ତି ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି।

ସେହିପରି ଅନୁଗୁଳ ବ୍ଲକ ଅନ୍ତର୍ଗତ ବନିଆବାହାଳ ୱାର୍ଡ ନମ୍ବର ୯ ର ନାରୀ ଶକ୍ତି ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଦ୍ଵିତୀୟ ସ୍ଥାନ ଓ ବଅଁରପାଳ ବ୍ଲକ, କୁମଣ୍ଡ ଗ୍ରାମ ପଞ୍ଚାୟତର ମା’ ସନ୍ତୋଷୀ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ଏ ଅବସରରେ ସମସ୍ତ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟଙ୍କୁ ମାନପତ୍ର ଓ ପୁରସ୍କାର ଦିଆଯାଇଥିଲା।

Share

Leave a Reply