ମୁଖ୍ୟ ଖବର

ଜିଲ୍ଲାସ୍ତରୀୟ ଭିଜିଲାନ୍ସ ଓ ମନିଟରିଂ କମିଟି ବୈଠକ ଅନୁଷ୍ଠିତ

By Angul TV Bureau

July 18, 2026

ଅନୁଗୋଳ: ଆଜି ଅନୁଗୁଳ ଜିଲ୍ଲା ଅତିଥି ଭବନ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ଭିଜିଲାନ୍ସ ଓ ମନିଟରିଂ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଏସ୍/ଏସକି (SC/ST) ଭାଇ ଭଉଣୀଙ୍କ କଲ୍ୟାଣ, ସୁରକ୍ଷା ଏବଂ ସରକାରୀ ଯୋଜନାର ସଫଳ କାର୍ଯ୍ୟକାରିତା ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲା। ହିତାଧିକାରୀଙ୍କ ସମସ୍ୟା ଶୀଘ୍ର ସମାଧାନ ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଥିଲା। ଏହି ବୈଠକରେ ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ତଥା ପାଲଲହଡା ବିଧାୟକ ଅଶୋକ ମହାନ୍ତି, ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରା, ଜିଲ୍ଲାପାଳ ଅବ୍ଦାଲ ଏମ ଅଖତର,, ଢେଙ୍କାନାଳ ସାଂସଦଙ୍କ ପ୍ରତିନିଧି ପ୍ରଭାତ କୁମାର ପ୍ରଧାନ ଏବଂ ବିଜେପି ଜିଲ୍ଲା ସାଧାରଣ ସମ୍ପାଦକ ସୁଦୀପ ଗଡନାୟକ ଉପସ୍ଥିତ ଥିଲେ। ସମସ୍ତଙ୍କ ସହଯୋଗରେ ଜିଲ୍ଲାର ବଞ୍ଚିତ ବର୍ଗଙ୍କ ଜୀବନରେ ପରିବର୍ତ୍ତନ ଆଣିବା ହିଁ ଲକ୍ଷ୍ୟ ବୋଲି ବୈଠକରେ ମତ ପ୍ରକାଶ ପାଇଥିଲା।