ଜିଲ୍ଲା ସଡକ ସୁରକ୍ଷା କମିଟି ବୈଠକ

You are currently viewing ଜିଲ୍ଲା ସଡକ ସୁରକ୍ଷା କମିଟି ବୈଠକ

ଅନୁଗୁଳ: ଜିଲ୍ଲା ସଡକ ସୁରକ୍ଷା କମିଟିର ଏକ ବୈଠକ ଆଜି
ଅପରାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅବଦାଲ୍ ମୁହମ୍ମଦ୍ ଅଖତରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକର ପ୍ରାରମ୍ଭରେ ଅଗଷ୍ଟ ମାସରେ ହୋଇଥ‌ିବା ଦୁର୍ଘଟଣା, ନିଆଯାଇଥିବା କାର୍ଯ୍ୟାନୁଷ୍ଠାନ ଓ ବିଭିନ୍ନ ପ୍ରକାର ପଦକ୍ଷେପ ଉପରେ ପରିବହନ ବିଭାଗ ଦ୍ବାରା କମିଟି ସଭ୍ୟଙ୍କୁ ଅବଗତ କରାଯାଇଥିଲା।

ପରିବହନ ବିଭାଗ ସୂଚନା ଅନୁଯାୟୀ ଗତ ଅଗଷ୍ଟ ମାସରେ ଜିଲ୍ଲାରେ ମୋଟ ୩୦ଟି ଦୁର୍ଘଟଣା ଘଟିଥିବାବେଳେ ୧୧ ଜଣଙ୍କର ମୃତ୍ୟୁ ଘଟିଛି ଓ ୧୯ ଜଣ ଆହତ ହୋଇଛନ୍ତି । ୧୪ଟି ଦୁର୍ଘଟଣା ଜାତୀୟ ରାଜପଥରେ ଘଟିଥିବାବେଳେ ୧୬ ଟି ଦୁର୍ଘଟଣା ରାଜ୍ୟ ରାଜପଥ ଓ ଅନ୍ୟାନା ଅଞ୍ଚଳରେ ଘଟିଛି। ଏଥି ସହିତ ପରିବହନ ବିଭାଗ ଦ୍ବାରା ହୋଇଥିବା ଯାଞ୍ଚ ସମୟରେ ବିନା ହେଲମେଟରେ ଗାଡି ଚାଳନା ଯୋଗୁ ୮୨୧ ଜଣ, ଦ୍ରୁତ ଗାଡି ଚାଳନା କରିବା ଯୋଗୁ ୫୪୨ଜଣ, ମଦ୍ୟପାନ କରି ଗାଡିଚାଳନା ନିମନ୍ତେ ୨୨ ଜଣ, ଅତ୍ୟଧିକ ମାଲ ପରିବହନ ନିମନ୍ତେ ୩୭ ଜଣଙ୍କ ଠାରୁ ଜରିମାନା ଆଦାୟ କରାଯାଇଥିବାବେଳେ, ୫୬୫ ଜଣଙ୍କର ଲାଇସେନ୍ସ ନିଲମ୍ବନ କରାଯାଇଥିଲା।

ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଆରକ୍ଷୀ ଅଧିକ୍ଷକ ରାହୁଳ ଜୈନ, ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟ, ଆଇଏଏସ୍ ପ୍ରୋବେସନର କସ୍ତୁରୀ ସା, ତାଳଚେର ଉପଜିଲ୍ଲାପାଳ ସମୀର କୁମାର ଜେନା, ଅନୁଗୁଳ ଉପଜିଲ୍ଲାପାଳ ମାୟାଧର ବେହେରା, ଆଞ୍ଚଳିକ ପରିବହନ ଅଧିକାରୀ ସମ୍ବତ କୁମାର, ବରିଷ୍ଠ ସାମ୍ବାଦିକ ସଂଗ୍ରାମ ରଞ୍ଜନ ଦାସଙ୍କ ସମେତ ଜାତୀୟ ରାଜପଥ ପ୍ରାଧିକରଣ ଅଧିକାରୀ ଓ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ।

Share

Leave a Reply