ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରିଲା ଡ୍ରାଇଭର ମହାସଂଘ

You are currently viewing ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରିଲା ଡ୍ରାଇଭର ମହାସଂଘ

ଅନୁଗୁଳ: ୧୧ ଦଫା ଦାବି ନେଇ ଆଜି ଅନୁଗୁଳ ଡ୍ରାଇଭର ମହାସଂଘ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ମହାସଂଘ ତରଫରୁ ଏକ ବିଶାଳ ଶୋଭାଯାତ୍ରା ସ୍ଥାନୀୟ ଜଗନ୍ନାଥ ମନ୍ଦିରରୁ ବାହାରି ବଜାର ପରିକ୍ରମା କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ଥିଲା।

ଏ ଅବସରରେ ସଂଘ ପକ୍ଷରୁ କୁହାଯାଇଥିଲା ଯେ ଗତ ସେପ୍ଟେମ୍ବର ୧ ତାରିଖରେ ଡ୍ରାଇଭରଙ୍କ ବିଭିନ୍ନ ସମସ୍ୟା ନେଇ ପ୍ରତ୍ୟେକ ଜିଲ୍ଲାର ଜିଲ୍ଲାପାଳଙ୍କୁ ସ୍ମାରକ ପତ୍ର ପ୍ରଦାନ କରିବା ସହିତ ଅକ୍ଟୋବର ମାସ ୨୯ ତାରିଖରେ କାର୍ଯ୍ୟାନୁଷ୍ଠାନ ପାଇଁ ନିବେଦନ କରିଥିଲେ। ରାଜ୍ୟ ସରକାରଙ୍କ ମନ୍ତ୍ରୀମାନେ ମହାସଂଘ ସହିତ ଭୁବେନଶ୍ବରରେ ଡିସେମ୍ବର ୪ରେ ଆଲୋଚନା କରିବା ସହିତ ପଞ୍ଚାୟତ ନିର୍ବାଚନ ପରେ ପଦକ୍ଷେପ ନିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ।

କିନ୍ତୁ ଆଜି ପର୍ଯ୍ୟନ୍ତ ଦାବି ପୂରଣ ନ ହୋଇ ନଥିବାରୁ ବାଧ୍ୟ ହୋଇ ସେମାନେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିବା ସହିତ ଦାବି ପତ୍ର ପ୍ରଦାନ କରିଥିବା କହିଛନ୍ତି।

Share

Leave a Reply