ମୁଖ୍ୟ ଖବର

ହାତୀ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ: ଅନୁଗୁଳ ବନାଞ୍ଚଳରେ ଚାଞ୍ଚଲ୍ୟ

By Angul TV Bureau

June 01, 2026

ଅନୁଗୁଳ: ଅନୁଗୁଳ ଜିଲ୍ଲା ଅନୁଗୁଳ ବନାଞ୍ଚଳ ଅଧୀନସ୍ଥ ମୂଷାପାପୁଲି ଗାଁରେ ସୋମବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ ଆକ୍ରମଣରେ ଜଣେ ୬୫ ବର୍ଷୀୟ ବୃଦ୍ଧଙ୍କ ଜୀବନ ଚାଲିଯାଇଛି। ମୃତକ ହେଲେ ସ୍ଥାନୀୟ ଗାଁର ଗନ୍ଧର୍ବ ସାହୁ।

ସୂଚନା ଅନୁଯାୟୀ, ଆଜି ସକାଳ ପ୍ରାୟ ସାଢ଼େ ୬ଟା ସମୟରେ ଗନ୍ଧର୍ବ ଗାଁ ନିକଟସ୍ଥ ଜଙ୍ଗଲକୁ ଯାଇଥିଲେ। ଏହି ସମୟରେ ହଠାତ୍ ଏକ ଜଙ୍ଗଲୀ ହାତୀ ସହ ତାଙ୍କର ସାମ୍ନାସାମ୍ନି ହୋଇଥିଲା। ହାତୀଟି ତାଙ୍କୁ ଆକ୍ରମଣ କରିବା ସହ ମୁଣ୍ଡକୁ ଦଳି ଦେଇଥିଲା, ଯାହାଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା।

ଏହି ଦୁର୍ଘଟଣା ପରେ ସ୍ଥାନୀୟ ଗ୍ରାମବାସୀଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇବା ସହ ସେମାନେ ତୁରନ୍ତ ବନ ବିଭାଗକୁ ଖବର ଦେଇଥିଲେ। ବନ ବିଭାଗ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନା ପଠାଇଛନ୍ତି। ବାରମ୍ବାର ହାତୀ ଆକ୍ରମଣ ଯୋଗୁଁ ସ୍ଥାନୀୟ ଅଞ୍ଚଳରେ ଭୟ ଓ ଅସନ୍ତୋଷର ବାତାବରଣ ସୃଷ୍ଟି ହୋଇଛି।