ଅନୁଗୁଳରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ ପାଳିତ

You are currently viewing ଅନୁଗୁଳରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ ପାଳିତ

ଅନୁଗୁଳ: ଅନୁଗୁଳ ନିର୍ବାଚନ ମଣ୍ଡଳୀ ପକ୍ଷରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜନ୍ମ ଜୟନ୍ତୀ ବେଶ୍ ଧୁମଧାମରେ ପାଳିତ ହୋଇଯାଇଛି। ଏହି ଅବସରରେ ପ୍ରଥମେ ବିଜୁ ମଇଦାନସ୍ଥିତ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା ଏବଂ ପରେ ଚଣ୍ଡୀଖମଣଠାରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା।
​କାର୍ଯ୍ୟକ୍ରମରେ ​ମୁଖ୍ୟ ଅତିଥି ଭାବେ ପୂର୍ବତନ ବିଧାୟକ ତଥା ପୂର୍ବତନ ଉପ-ବାଚସ୍ପତି ରଜନୀକାନ୍ତ ସିଂହ ଯୋଗ ଦେଇଥିବା ବେଳେ ଜିଲ୍ଲା ପରିଷଦ ସଭ୍ୟ ତଥା ବରିଷ୍ଠ ନେତା ପ୍ରିୟଦର୍ଶୀ ପଟ୍ଟନାୟକ ଅଧ୍ୟକ୍ଷତାରେ କରିଥିଲେ। ଯୁବ ବିଜେଡି ନେତା ଅରୁଣାଭ ସିଂହ ଓ ଯୁବ-ଛାତ୍ର ବିଜୁ ଜନତା ଦଳର ସଦସ୍ୟବୃନ୍ଦ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଜେଡି ରାଜ୍ୟ ପରିଷଦ ସଦସ୍ୟ ମହେନ୍ଦ୍ର ବସ୍ତିଆ, ଅନୁଗୁଳ ନଗରପାଳ ଅକ୍ଷୟ ସାମନ୍ତ, ବଅଁରପାଳ ବ୍ଲକ ଅଧ୍ୟକ୍ଷ ବିଜୟ କୁମାର ନାଥଙ୍କ ସମେତ ବିଭିନ୍ନ କାଉନସିଲର, ଜିଲ୍ଲା ଓ ବ୍ଲକ ସ୍ତରୀୟ ବହୁ ନେତୃତ୍ୱ ଉପସ୍ଥିତ ଥିଲେ। ଶେଷରେ ବରିଷ୍ଠ ଆଇନଜୀବୀ ସରୋଜ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ।

Share

Leave a Reply