ବଗିଚାରେ କାମ କରିବା ବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ଚାଷୀ ମୃତ

0

ଅନୁଗୁଳ: ଅନୁଗୁଳ ଜିଲ୍ଲା ବାଗଡ଼ିଆ ଥାନା ପାଟକମୁଣ୍ଡା ଗ୍ରାମ ପଞ୍ଚାୟତରେ ବିଦ୍ୟୁତ ସଂସ୍ପର୍ଶରେ ଆସି ବଗିଚାରେ କାମ କରୁଥିବା ଜଣେ ଚାଷୀଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ପାଟକମୁଣ୍ଡା ଗ୍ରାମର ସୋମନାଥ ପ୍ରଧାନ।
ସ୍ଥାନୀୟ ଲୋକଙ୍କ ସୂଚନା ଅନୁସାରେ, ସୋମନାଥ ବଗିଚାରେ କାମ କରୁଥିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲେ। ସ୍ଥାନୀୟ ଲୋକମାନେ ତାଙ୍କୁ ଛେଣ୍ଡିପଦା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇ ଯାଇଥିଲେ। କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।

ଅନ୍ୟପଟେ ସୋମନାଥଙ୍କ ମୃତ୍ୟୁ ବଜ୍ରପାତରେ ହୋଇଥିବା ନେଇ ପରିବାର ପକ୍ଷରୁ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବକୁ ଜବତ କରିବା ସହିତ ଛେଣ୍ଡିପଦା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ତଦନ୍ତ ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ପୋଲିସ କହିଛି।

Leave A Reply

Your email address will not be published.

error: Content is protected !!