ଅଗ୍ନିକାଣ୍ଡରେ ଜଳିଗଲା ପାଞ୍ଚ ବଖରା, ପାଉଁଶ ହୋଇଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

You are currently viewing ଅଗ୍ନିକାଣ୍ଡରେ ଜଳିଗଲା ପାଞ୍ଚ ବଖରା, ପାଉଁଶ ହୋଇଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ଅନୁଗୁଳ: ଅନୁଗୁଳ ଜିଲ୍ଲା ବଅଁରପାଳ ବ୍ଲକ ଖାମଣା ଗାଁରେ ଅଗ୍ନିକାଣ୍ଡ ଘଟି ୫ ବଖରା ଘର ଜଳି ପୋଡ଼ି ପାଉଁଶ ହୋଇଯାଇଛି।
ସୂଚନା ମୁତାବକ, ଖାମଣା ଗାଁରେ କୌଣସି କାରଣରୁ ଏକ ଘରେ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ ଏହି ନିଆଁ ଅନ୍ୟ ଘରକୁ ବ୍ୟାପୀ ଯାଇଥିଲା। ଅଗ୍ନିକାଣ୍ଡରେ ଘରଗୁଡ଼ିକ ସମ୍ପୂର୍ଣ୍ଣ ପୋଡ଼ିଯାଇଥିବା ବେଳେ ବହୁ ଦାମୀ ଜିନିଷ ପାଉଁଶ ହୋଇଯାଇଛି। ଖବର ପାଇ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।
ସ୍ଥାନୀୟ ସରପଞ୍ଚ ଘଟଣାସ୍ଥଳରେ ପହଞ୍ଚି କ୍ଷତିଗ୍ରସ୍ତ ପରିବାରକୁ ସାନ୍ତ୍ୱନା ଦେବା ସହ କ୍ଷୟକ୍ଷତି ଆକଳନ କରିଛନ୍ତି। ସମ୍ପୃକ୍ତ ପରିବାରକୁ ଖୁବଶୀଘ୍ର କ୍ଷତିପୂରଣ ଦିଆଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି।

Share

Leave a Reply