୩ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବିଜୁଳି ଓ ଘଡ଼ଘଡ଼ି ଆଶଙ୍କା, ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

You are currently viewing ୩ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବିଜୁଳି ଓ ଘଡ଼ଘଡ଼ି ଆଶଙ୍କା, ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଦକ୍ଷିଣ ପଶ୍ଟିମ ମୌସୁମୀ ବାୟୁର ପ୍ରଭାବ କମ୍ ଥିବାରୁ ଆଗାମୀ କିଛି ଦିନ ରାଜ୍ୟରେ ପାଗ ଶୁଖିଲା ରହିବ। ଏହି ସମୟରେ ବର୍ଷାର ପରିମାଣ କମିବ। କିନ୍ତୁ ବିଜୁଳି ମାରିବା ସହ ବଜ୍ରପାତର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏ ନେଇ ଆଗାମୀ ୨୪ ଘଣ୍ଟା ପାଇଁ ୧୮ ଜିଲ୍ଲାକୁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଏହି ଜିଲ୍ଲା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, ସୋନପୁର ଓ ନୟାଗଡ଼ ରହିଛି। ଏ ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୩୦ ତାରିଖ ପାଇଁ ୧୭ ଜିଲ୍ଲାକୁ ବିଜୁଳି ଓ ବଜ୍ରପାତ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡିକ ହେଉଛି ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼, ଢେଙ୍କାନାଳ , ଦେବଗଡ଼, ଅନୁଗୁଳ, ନୟାଗଡ଼, ବୌଦ୍ଧ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି।

ସେହିପରି ୩୧ ତାରିଖ ପାଇଁ ୧୦ ଜିଲ୍ଲା ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ବୌଦ୍ଧ, କନ୍ଧମାଳ, କଳହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିକୁ ବିଜୁଳି ଓ ବଜ୍ରପାତ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Share

Leave a Reply