ମୁଖ୍ୟ ଖବର

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ

By Swagatika Samantray

March 17, 2025

ଅନୁଗୁଳ: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଡ଼.ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ। ୮୪ ବର୍ଷ ବୟସରେ ଦିଲ୍ଲୀ ସ୍ଥିତ ବାସଭବନରେ ପରଲୋକ ହୋଇଛି।

ସୂଚନା ମୁତାବକ ଆଜି ସକାଳେ ୧୦ଟା ୩୦ ରେ ତାଙ୍କର ପରଲୋକ ହୋଇଛି। ବାଜପେୟୀଙ୍କ ସରକାରରେ କେନ୍ଦ୍ରମନ୍ତ୍ରୀ ଥିବାବେଳେ ୧୯୪୧ ମସିହାରେ ଅନୁଗୁଳ ଜିଲ୍ଲାରେ ସେ ଜନ୍ମ ଗ୍ରହଣ କରିଥିଲେ।

ଓଡ଼ିଶାରେ ବିଜେପିର ମୂଳଦୁଆ ପକାଇବାରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ଦେବଗଡ ଲୋକସଭା ଆସନରୁ ସେ ନିର୍ବାଚିତ ହୋଇଥିଲେ। ୧୯୮୮ରୁ ୧୯୯୩ ରାଜ୍ୟ ବିଜେପି ସଭାପତି ଥିଲେ ଦେବେନ୍ଦ୍ର।

ଏହାପରେ ୧୯୯୩ରୁ ୧୯୯୫ ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ଥିଲେ। ପରେ ୧୯୯୫ରୁ ୧୯୯୭ ଯାଏଁ ବିଜେପି ସଭାପତି ରହିଥିଲେ। ୧୯୯୮ରେ ଦେବଗଡ଼ରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ।