ଅନୁଗୁଳ: ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ଅଂଚଳର ଗର୍ବ, ଗୌରବ ତଥା ମହାନ ସ୍ୱାଧୀନତା ସଂଗ୍ରାମୀ ବୃନ୍ଦାବନ ପ୍ରଧାନଙ୍କ ୯୮ ବୟସରେ ପରଲୋକ ହୋଇଛି। ତାଙ୍କର ଗ୍ରାମ ବଡ଼ିବାହାଲରେ ରବିବାର ସନ୍ଧ୍ୟାରେ ତାଙ୍କ ଦେହାନ୍ତ ହୋଇଛି। ତାଙ୍କ ବିୟୋଗରେ ସମଗ୍ର ଅଞ୍ଚଳରେ ଗଭୀର ଶୋକର ଛାୟା ଖେଳି ଯାଇଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।
ତାଙ୍କ ବିୟୋଗରେ ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି, ଜିଲ୍ଲା ବିଜେପି ସଭାପତି ଯଯାତି ପଟ୍ଟନାୟକ, ବିଧାୟକ ଅଶୋକ ମହାନ୍ତି, ପ୍ରତାପ ଚନ୍ଦ୍ର ପ୍ରଧାନ, ଅଗସ୍ତି ବେହେରା, ବରିଷ୍ଠ ନେତା କାଳନ୍ଦି ସାମଲ, ପ୍ରାକ୍ତନ ମନ୍ତ୍ରୀ ସଂଜୀବ ସାହୁ, ପ୍ରାକ୍ତନ ବିଧାୟକ ରମେଶ ସାଏ, ପ୍ରାକ୍ତନ ଜିଲ୍ଲା ସଭାପତି ଦିଲେଶ୍ଵର ପ୍ରଧାନ, ବିଶ୍ୱଜିତ ମିଶ୍ର, ଅର୍ଜୁନ ସାହୁ, ଜୋନାଲ ମିଡିଆସେଲ ସଂଯୋଜକ ପର୍ଶୁରାମ ବାରିକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।