ଅନୁଗୁଳ: ନିଖିଳ ଉତ୍କଳ ଗ୍ରାମରକ୍ଷୀ ସଂଘ ପକ୍ଷରୁ ଆଜି ଅନୁଗୁଳ ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ୪ ଦଫା ଦାବି ପତ୍ର ପ୍ରଦାନ କରାଯାଇଛି।
ସୂଚନାଯୋଗ୍ୟ ଯେ ଅନୁଗୁଳ ଜିଲ୍ଲାର ସମସ୍ତ ଗ୍ରାମରକ୍ଷୀ ମାନେ ଆଜି ଏକ ଶୋଭାଯାତ୍ରାରେ ଆସି ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ୪ ଦଫା ଦାବି ପତ୍ର ପ୍ରଦାନ କରିଛନ୍ତି। ଦୁଇ ଦିନ ଭିତରେ ଦାବି ପୂରଣ ନ ହେଲେ ଭୋଟ ବର୍ଜନ କରିବା ପାଇଁ ସମସ୍ତ ଗ୍ରାମରକ୍ଷୀ ଚେତାବନୀ ଦେଇଛନ୍ତି।