ଗୁଣ୍ଡୁରୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ: କୃତୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧିତ

You are currently viewing ଗୁଣ୍ଡୁରୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ: କୃତୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧିତ

ଅନୁଗୁଳ: ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବ୍ଲକ ଆନନ୍ଦପୁର ସ୍ଥିତ ଗୁଣ୍ଡୁରୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସୋମବାର ଦିନ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ମହାସମାରୋହରେ ପାଳିତ ହୋଇଛି। ବାର୍ଷିକ କ୍ରୀଡା ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ଓ ମାନପତ୍ର ପ୍ରଦାନ କରାଯାଇଥିଲା। ଉତ୍ସବରେ ମୁଖ୍ୟ ଅତିଥି ଭାବେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ସୁଜିତ୍ କୁମାର ବେହେରା ଯୋଗଦେଇ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରିବା ସହିତ ଛାତ୍ରଛାତ୍ରୀମାନଙ୍କୁ କ୍ରୀଡ଼ା ପ୍ରତି ଆକୃଷ୍ଟ ହେବା ପାଇଁ ଆହ୍ୱାନ ଜଣାଇଥିଲେ।

ବିଦ୍ୟାଳୟର ପ୍ରଧାନଶିକ୍ଷକ ଶମ୍ଭେଶ୍ୱର ବେହେରା ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିବା ବେଳେ ବରିଷ୍ଠ ଶିକ୍ଷକ ସୁଧାଂଶୁ ଭୂଷଣ ନାୟକ ସ୍ୱାଗତ ଭାଷଣ ପ୍ରଦାନ କରିବା ସହ ମଞ୍ଚ ପରିଚାଳନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ସାହୁ ଓ ବରିଷ୍ଠ ଶିକ୍ଷୟିତ୍ରୀ ରାଜଶ୍ରୀ ଭୋଇ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ। ଏହି ଅବସରରେ ଖେଳ ଶିକ୍ଷକ ପ୍ରତାପ ବାଘଙ୍କ ପ୍ରତ୍ୟକ୍ଷ ଅବଦାନ ଅତୁଳନୀୟ ଥିଲା। ଶେଷରେ ସମସ୍ତ ଛାତ୍ରଛାତ୍ରୀ ଅତ୍ୟନ୍ତ ଆନନ୍ଦ ଓ ଉଲ୍ଲାସର ସହିତ ପୁରସ୍କାର ଗ୍ରହଣ କରି ଉତ୍ସବକୁ ସ୍ମରଣୀୟ କରିଥିଲେ।

Share

Leave a Reply