ଘଟଣା ଓ ଦୁର୍ଘଟଣା

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

By Angul TV Bureau

July 15, 2023

ଅନୁଗୁଳ: ଅନୁଗୁଳ ଜିଲ୍ଲା ପାଳଲହଡ଼ା ଅଞ୍ଚଳସ୍ଥିତ ନିର୍ମାଣାଧୀନ ପାଣି ଟାଙ୍କି ନିକଟରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ ହେଲେ ପାଳଲହଡ଼ା ଥାନା ଅନ୍ତର୍ଗତ ଶ୍ରୀରାମପୁର ଗ୍ରାମ ଗୋଛାୟତ ସାହିର ଜିତୁ ଗୋଛାୟତ (୨୨)।

ଆଜି ସକାଳୁ ସ୍ଥାନୀୟ ଲୋକେ ଜିତୁର ମୃତଦେହ ଝୁଲୁଥିବା ଦେଖି ପରିବାର ଲୋକଙ୍କୁ ଜଣାଇଥିଲେ। ଏ ନେଇ ପରିବାର ଲୋକେ ପାଳଲହଡା ଥାନାରେ ସୂଚନା ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ କରିବା ସହ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପାଳଲହଡା ଉପଖଣ୍ଡ ଡାକ୍ତରଖାନାକୁ ପଠାଇଛି। ତେବେ ପାରିବାରିକ କଳହକୁ କେନ୍ଦ୍ର କରି ଜିତୁ ଆତ୍ମହତ୍ୟା କରିଥାଏ ବୋଲି ପୋଲିସ ପ୍ରାଥମିକ ତଦନ୍ତରୁ ଅନୁମାନ କରୁଛି।