ମୁଖ୍ୟ ଖବର

୨୩ରୁ ପ୍ରବଳ ବର୍ଷିବ, ୧୮ ଜିଲ୍ଲାକୁ ୟେଲୋ ଆଲର୍ଟ

By Angul TV Bureau

August 21, 2023

ଭୁବନେଶ୍ଵର: ୨୩ରେ ଆସୁଛି ବଡ଼ ବର୍ଷା। ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। କିଛି ସ୍ଥାନରେ ୭୦ରୁ ୧୧୦ ମିଲିମିଟର ବର୍ଷା ହୋଇପାରେ। ୨୫ରେ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏଣୁ ପ୍ରଚଣ୍ଡ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୧୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର।

ଏବେ ସାରା ରାଜ୍ୟରେ କେଉଁଠି ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେଉଛି ତ କେଉଁଠି ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ସ୍ଥିତି ଜାରି ରହିବ। ସମ୍ଭାବ୍ୟ ଘୂର୍ଣ୍ଣିବଳୟ ପ୍ରଭାବରେ ବାୟୁ ଚଳାଚଳର ପ୍ରକ୍ରିୟା ବଦଳିବ। ଫଳରେ ୨୩ ତାରିଖରେ ପ୍ରବଳ ବର୍ଷା ନେଇ ବାଲେଶ୍ଵର, ମୟୂରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ଼କୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।