ଭୁବନେଶ୍ବର : ଆସନ୍ତା ୪୮ ଘଣ୍ଟାରେ ଉତ୍ତର ଓଡ଼ିଶା ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ। ଲଘୁଚାପ ପ୍ରଭାବରେ ଆସନ୍ତା ୪ ଦିନ ଯାଏ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ସକାଳ ସାଢ଼େ ୮ ଟାରୁ ୪ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଭଦ୍ରକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ଅନୁଗୁଳ, ଦେବଗଡ଼, ସମ୍ୱଲପୁର, ସମ୍ୱଲପୁର ଓ ବରଗଡ଼ ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, ବାଲେଶ୍ୱର, କଟକ, ସୋନପୁର, ବୌଦ୍ଧ, କନ୍ଧମାଳ, ଦେବଗଡ଼, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।