ତାଳଚେର ହିଲୋଇ-ଏକଡ଼ାଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ

You are currently viewing ତାଳଚେର ହିଲୋଇ-ଏକଡ଼ାଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ

ଅନୁଗୁଳ: ଆଜି ଅନୁଗୁଳ ଜିଲ୍ଲା ତାଳଚେର ବ୍ଲକ ଅନ୍ତର୍ଗତ ପଦ୍ମାବତୀପୁର ଗ୍ରାମ ପଞ୍ଚାୟତର ହିଲୋଇ – ଏକଡ଼ାଳ ଗ୍ରାମରେ ଆୟୋଜିତ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଉଦଯାପନୀ ଉତ୍ସବ ଅତ୍ୟନ୍ତ ଉତ୍ସାହ ଓ ଉଦ୍ଦୀପନା ମଧ୍ୟରେ ଶେଷ ହୋଇଛି।
କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ ଯୋଗଦେଇ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ। ସେ ନିଜ ବକ୍ତବ୍ୟରେ ଗ୍ରାମାଞ୍ଚଳରେ ଲୁଚି ରହିଥିବା ପ୍ରତିଭାକୁ ଲୋକଲୋଚନକୁ ଆଣିବା ପାଇଁ ଏଭଳି କ୍ରୀଡ଼ା ପ୍ରତିଯୋଗିତାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ।
ପଦ୍ମାବତୀପୁର ଗ୍ରାମ ପଞ୍ଚାୟତର ସରପଞ୍ଚ ମହର୍ଗା ବେହେରା ସମ୍ମାନିତ ଅତିଥି ଭାବେ ଉପସ୍ଥିତ ରହି ଉଭୟ ବିଜେତା ଓ ଉପ-ବିଜେତା ଦଳର ଉତ୍ତମ ପ୍ରଦର୍ଶନକୁ ପ୍ରଶଂସା କରିଥିଲେ।
ଫାଇନାଲ ମ୍ୟାଚ୍‌ରେ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ବିଜେତା ଏବଂ ଉପ-ବିଜେତା ଦଳକୁ ଅତିଥିମାନେ ଟ୍ରଫି ଓ ପୁରସ୍କାର ପ୍ରଦାନ କରିଥିଲେ।

Share

Leave a Reply