ଅନୁଗୁଳ: ଅନୁଗୁଳ ଜିଲ୍ଲା କିଶୋରନଗର ବ୍ଲକ ଗାଁ ବଇଣ୍ଡା ପଞ୍ଚାୟତର କରଡ଼ାବଣି ସାହିରେ ଶନିବାର ଅଗ୍ନିକାଣ୍ଡରେ ୨ ବଖରା ଚାଳ ଘର ଜଳିଯାଇଛି। ଗାଁର ଲୋଚନ ଶଙ୍ଖାରୀଙ୍କ ଘରେ ଏହି ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡ଼ିନଥିବା ବେଳେ ରୋଷେଇରୁ ନିଆଁ ଲାଗିଥିବା କୁହାଯାଉଛି।ଖବର ପାଇ ବାମୁର ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତୁରନ୍ତ କ୍ଷତିଗ୍ରସ୍ତଙ୍କୁ ସରକାରୀ ସାହାଯ୍ୟ ଯୋଗାଇ ଦେବା ପାଇଁ ସ୍ଥାନୀୟ ଲୋକ ଦାବି କରିଛନ୍ତି।