ଆଇଡିଆଲ୍ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ ‘ସ୍ରୀଜନ୍-୨୦୨୫’ ପାଳିତ

You are currently viewing ଆଇଡିଆଲ୍ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ ‘ସ୍ରୀଜନ୍-୨୦୨୫’ ପାଳିତ

ଅନୁଗୁଳ: ସ୍ଥାନୀୟ ଗାନ୍ଧିମାର୍ଗ ସ୍ଥିତ ଆଇଡିଆଲ୍ ପବ୍ଲିକ ସ୍କୁଲର ୨୦ତମ ବାର୍ଷିକ ଉତ୍ସବ ‘ସ୍ରୀଜନ୍-୨୦୨୫’ ବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି। ଅଧ୍ୟକ୍ଷ ଆଶିଷ ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ମୁଖ୍ୟ ଅତିଥି ଭାବେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାହୁଲ ଜେନ୍ (ଆଇ.ପି.ଏସ୍.), ବିଶିଷ୍ଟ ଅତିଥି ଭାବେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡକ୍ଟର ମଦନ ମୋହନ ପ୍ରଧାନ ଏବଂ ସମ୍ମାନିତ ଅତିଥି ଭାବେ ପି.ଏମ.ଶ୍ରୀ. କେ.ଭି.-୧ ଅଧ୍ୟକ୍ଷ ହିରନମୟ ପ୍ରସାଦ ଚାନ୍ଦ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଥିଲେ। ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଅମିତାଭ ମିଶ୍ର, ସମ୍ପାଦକ ଜପକୃଷ୍ଣ ଦାସ ପ୍ରମୁଖ ଉତ୍ସବରେ ଉପସ୍ଥିତ ଥିଲେ।

ଶିକ୍ଷୟତ୍ରୀ ଅମିତା ଦେହୁରୀ ବିଦ୍ୟାଳୟର ବାର୍ଷିକ ବିବରଣୀ ପାଠ କରିଥିଲେ। ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ନୃତ୍ୟ, ନାଟକ ଆଦି ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଦର୍ଶିତ ହୋଇଥିଲା। ମୁଖ୍ୟ ଅତିଥି କୃତୀ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରିଥିଲେ। ଶେଷରେ ବିଦ୍ୟାଳୟର ଅଧ୍ୟକ୍ଷ ଆଶିଷ ରଞ୍ଜନ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।

Share

Leave a Reply