‘ଜାତି ଜନଜାତି ସମ୍ବାଦ’ କାର୍ଯ୍ୟକ୍ରମ ଆୟୋଜିତ

You are currently viewing ‘ଜାତି ଜନଜାତି ସମ୍ବାଦ’ କାର୍ଯ୍ୟକ୍ରମ ଆୟୋଜିତ

ଅନୁଗୋଳ: ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଜି ଅନୁଗୋଳ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ‘ଜାତି ଜନଜାତି ସମ୍ବାଦ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସମିତି ଉପାଧ୍ୟକ୍ଷ ପ୍ରକାଶ ଚନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଭାଗୀୟ ଯୋଜନା ସମ୍ପର୍କରେ ଜିଲ୍ଲା ମଙ୍ଗଳ ଅଧିକାରୀ ବିସ୍ତୃତ ତଥ୍ୟ ପ୍ରଦାନ କରିଥିଲେ।

ଏହି ଅବସରରେ ଢେଙ୍କାନାଳ ସାଂସଦଙ୍କ ପ୍ରତିନିଧି ପ୍ରଭାତ କୁମାର ପ୍ରଧାନ ଯୋଗଦେଇ ବନବାସୀମାନଙ୍କର ପ୍ରକୃତି ସମ୍ବନ୍ଧୀୟ ଅଭିଜ୍ଞତାର ଭୂୟସୀ ପ୍ରଶଂସା କରିବା ସହ ସେମାନଙ୍କ ସର୍ବାଙ୍ଗିନ ଉନ୍ନତି ପାଇଁ ସରକାର ସଂକଳ୍ପବଦ୍ଧ ବୋଲି ଦୋହରାଇଥିଲେ। କାର୍ଯ୍ୟକ୍ରମରେ ଅନୁଗୋଳ ବିଧାୟକଙ୍କ ପ୍ରତିନିଧି ପ୍ରଶାନ୍ତ କୁମାର ପୃଷ୍ଟି ଓ ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ସୁଶାନ୍ତ କୁମାର ବେହେରା ପ୍ରମୁଖ ଯୋଗଦେଇଥିଲେ। ଗୋଷ୍ଠୀ ଉନ୍ନୟନ ଅଧିକାରୀ ଡ. ବିଶ୍ୱ ଭୂଷଣ ସ୍ୱାଗତ ଭାଷଣ ଦେଇଥିବା ବେଳେ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ମାନସ କୁମାର ଭଞ୍ଜ ଦେଓ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଶେଷରେ ଧନ୍ୟବାଦ ଅର୍ପଣ କରାଯାଇଥିଲା।

Share

Leave a Reply