ଅନ୍ୟାନ୍ୟ

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଜନ୍ମାଷ୍ଟମୀ ଉତ୍ସବ

By Angul TV Bureau

September 04, 2026

ଅନୁଗୋଳ: ସ୍ଥାନୀୟ ଗାନ୍ଧିମାର୍ଗସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଆଜି ପବିତ୍ର ଜନ୍ମାଷ୍ଟମୀ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଉତ୍ସବରେ ଅନୁଗୋଳ ଜିଲ୍ଲା ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ଜିଲ୍ଲା ପ୍ରମୁଖ ବିଜୟ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଭଗବାନ ଶ୍ରୀକୃଷ୍ଣଙ୍କ ଲୀଳା ସମ୍ବନ୍ଧରେ ନିଜର ଅଭିଭାଷଣ ପ୍ରଦାନ କରିଥିଲେ।

ଅନ୍ୟତମ ଅତିଥି ଭାବରେ ବିଦ୍ୟାଳୟ ପରିଚାଳନା ସମିତିର ଉପ ସଭାପତି କ୍ଷୀରୋଦ ଚନ୍ଦ୍ର ପ୍ରଧାନ, ଯୁକ୍ତ ଦୁଇ ବିଜ୍ଞାନ ଅଧ୍ୟକ୍ଷ ଡ.ସିଦ୍ଧନାଥ ସାହୁ , ପ୍ରଧାନ ଆଚାର୍ଯ୍ୟ ଆଲୋକ ଭୋଇ ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମ ଆରମ୍ଭରେ ଅତିଥି ମାନେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ପୁଣ୍ୟତିଥି ଅବସରରେ ତାଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିଥିଲେ । ପ୍ରଧାନ ଆଚାର୍ଯ୍ୟ ଉତ୍ସବର ଉଦ୍ଦେଶ୍ୟ ଓ ଅତିଥିଙ୍କ ପରିଚୟ ପ୍ରଦାନ ସହିତ ବରିଷ୍ଠ ଆଚାର୍ଯ୍ୟ ଦିଲ୍ଲୀପ କୁମାର ନାୟକ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ।

ଏହି ଅବସରରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ମନୋଜ୍ଞ ସାସ୍କୃତିକ କାର୍ଯ୍ୟକ୍ରମ ଓ ଦଧିଭାଣ୍ଡ ଭଗ୍ନ କାର୍ଯ୍ୟକ୍ରମ ହୋଇଥିଲା । ପ୍ରାୟ ୨୦୦ ରୁ ଅଧିକ ଛାତ୍ରଛାତ୍ରୀ ରାଧାକୃଷ୍ଣ ବେଶରେ ସୁସଜ୍ଜିତ ହୋଇ ଉତ୍ସବକୁ ଆକର୍ଷଣୀୟ କରିଥିଲେ । ବିଦ୍ୟାଳୟର ସମସ୍ତ ଗୁରୁଜୀ ଗୁରୁମାଙ୍କ ସହଯୋଗରେ ଉତ୍ସବ ପାଳିତ ହୋଇଥିଲା ।