ଅନୁଗୋଳ: ଅନୁଗୋଳ ସ୍ଥାନୀୟ ସର୍କିଟ୍ ହାଉସ ସଭାଗୃହରେ ରବିବାର ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ପକ୍ଷରୁ ନିଯୁକ୍ତି ମେଳା ଆୟୋଜିତ ହୋଇଥିଲା। ଏଥିରେ ନବନିଯୁକ୍ତ ୬୩ ଜଣ ସେବକ ଓ ସେବିକାଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଥିଲା।
ଏହି ମେଳାରେ ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି ମୁଖ୍ୟ ଅତିଥି ଭାବେ ଯୋଗଦେଇ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଥିଲେ। ଅନ୍ୟତମ ଅତିଥି ଭାବେ ପାଳଲହଡ଼ା ବିଧାୟକ ଅଶୋକ ମହାନ୍ତି, ସୁଦୀପ ଗଡ଼ନାୟକ, ଅତିରିକ୍ତ ଜିଲ୍ଲାପାଳ ଉଦୟ ମହାପାତ୍ର ଓ ମାୟାଧର ବେହେରା ଯୋଗଦେଇ ନବନିଯୁକ୍ତଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ। ଜିଲ୍ଲା ମଙ୍ଗଳ ଅଧିକାରୀ ଦିଲୀପ କୁମାର ମିଶ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।















