ଅନୁଗୁଳ: ଜୁନ୍ ମାସ ପାଇଁ ଅନୁଗୁଳ ଜିଲ୍ଲାପାଳଙ୍କ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ସ୍ଥିର ହୋଇଛି। ଏଥିରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଓ ଆରକ୍ଷୀ ଅଧୀକ୍ଷକ ସୁଧାଂଶୁ ଶେଖର ମିଶ୍ରଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗ ଦେବେ।
ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଜୁନ୍ ୫ ତାରିଖ ପୂର୍ବାହ୍ନ ୯ ଟାରେ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ତାଳଚେର ବ୍ଲକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହେବାକୁ ଥିବାବେଳେ ୧୨ ତାରିଖ ପୂର୍ବାହ୍ନ ୮ଟାରେ ଜିଲ୍ଲା କାର୍ଯ୍ୟାଳୟ, ୧୯ ତାରିଖ ପୂର୍ବାହ୍ନ ୧୦ ଟାରେ ଆଠମଲ୍ଲିକ ବ୍ଲକ୍ କାର୍ଯ୍ୟାଳୟ, ୨୬ ତାରିଖ ପୂର୍ବାହ୍ନ ୧୦ ଟାରେ ଜିଲ୍ଲା କାର୍ଯ୍ୟାଳୟରେ ଅନୁଷ୍ଠିତ ହେବ।
ସମସ୍ତ କାର୍ଯ୍ୟକ୍ରମରେ ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ଯୋଗ ଦେଇ ନିଜ ନିଜର ଆପତ୍ତି ଅଭିଯୋଗ ଜଣାଇବାକୁ ଜିଲ୍ଲା ପ୍ରଶାସନ ତରଫରୁ ପରାମର୍ଶ ଦିଆଯାଇଛି।