ମୁଖ୍ୟ ଖବର

ଆଠମଲ୍ଲିକ ବ୍ଲକରେ ଜିଲ୍ଲାପାଳଙ୍କ ଜନଶୁଣାଣି: ଦାଖଲ ହେଲା ୭୭ ଟି ଅଭିଯୋଗ

By Angul TV Bureau

March 06, 2023

ଆଠମଲ୍ଲିକ : ଅନୁଗୁଳ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ସୋମବାର ଆଠମଲ୍ଲିକ ବ୍ଲକ ସଭାଗୃହରେ ଏକ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। କାର୍ଯ୍ୟକ୍ରମରେ ୬୯ ଟି ବ୍ୟକ୍ତିଗତ ଓ ୮ ଟି ସମୂହକୁ ମିଶାଇ ସମୁଦାୟ ୭୭ ଟି ଅଭିଯୋଗ ଗ୍ରହଣ କରାଯାଇଥିଲା।

ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ସୁଧାଂଶୁ ଶେଖର ମିଶ୍ର, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ସନ୍ତୋଷ କୁମାର ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ରଜନୀକାନ୍ତ ସ୍ୱାଇଁ, ଜିଲ୍ଲା ପରିଷଦ ନିର୍ବାହୀ ଅଧକାରୀ ତଥା ଉନ୍ନୟନ ଅଧିକାରୀ ଲଳିତ ମୋହନ ବେହେରା, ଉପଜିଲ୍ଲାପାଳ ତରଣୀ ସୁନା, ବନଖଣ୍ଡ ଅଧିକାରୀ ସନ୍ତୋଷ କୁମାର କୋଫୁଲା, ଜିଲ୍ଲା ଚିକିତ୍ସା ଅଧିକାରୀ ଡା ତ୍ରିଲୋଚନ ପ୍ରଧାନ, ପଞ୍ଚାୟତ ସମିତି ଅଧ୍ୟକ୍ଷ ଦୁଃଶାସନ ରାଉଳ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୌଭାଗ୍ୟ ବେହେରା, ତହସିଲଦାର ଯଶୋବନ୍ତ ଦେହୁରୀଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।

ଏହି କାର୍ଯ୍ୟକ୍ରମ ପରେ ଜିଲ୍ଲାପାଳ ଶ୍ରୀ ସ୍ୱାଇଁ ସ୍ଥାନୀୟ ରାଜବାଟୀ ଗସ୍ତ କରି ଐତିହ୍ୟର ସୁରକ୍ଷା ଓ ପର୍ଯ୍ୟଟକଙ୍କୁ ଆକୃଷ୍ଟ ପାଇଁ ଏକ ସ୍ୱାଗତ ତୋରଣ ନିର୍ମାଣ ସମ୍ପର୍କରେ ଅନୁଧ୍ୟାନ କରିଥିଲେ।