ଅନୁଗୁଳ : ଜିଲ୍ଲାପାଳ ମହମ୍ମଦ ଅଦାଲ୍ ଅଖତରଙ୍କ ଅଧ୍ୟକ୍ଷତାରେ ସୋମବାର କିଶୋରନଗର ବ୍ଲକ କାର୍ଯ୍ୟଳୟ ପରିସରରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜନଶୁଣାଣି ଶିବିରରେ ସମୁଦାୟ ୧୫୪ଟି ଅଭିଯୋଗ ଗ୍ରହଣ କରାଯାଇଥିବା ବେଳେ ସେଥୁମଧ୍ୟରୁ ୧୪୩ଟି ବ୍ୟକ୍ତିଗତ ଓ ୧୧ଟି ଗ୍ରାମ୍ୟ ଭିତ୍ତକ ଅଭିଯୋଗର ଶୁଣାଣି ହୋଇଥିବାବେଳେ ୫ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା ।
ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ବବିତା ପ୍ରଧାନ, କିଶୋରନଗର ପଞ୍ଚାୟତ ସମିତି ଅଧ୍ୟକ୍ଷା ସୌରେନ୍ଦ୍ରୀ ପ୍ରଧାନ, କିଶୋରନଗର ପଞ୍ଚାୟତ ସମିତି ଊପାଧ୍ୟକ୍ଷ ଲବ କିଶୋର ପ୍ରଧାନ, ଜିଲ୍ଲା ପରିଷଦର ଅତିରିକ୍ତ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପଦ୍ମନାଭ ସାମନ୍ତରାୟ, ଆଇଏଏସ୍ ପ୍ରୋବେସନରୀ ତେଜସ୍ବିନୀ ବେହେରା, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ଶିବାନନ୍ଦ ମହାନ୍ତି, ଅତିରିକ୍ତ ଆରକ୍ଷୀ ଅଧ୍ୟକ୍ଷକ ଅନିଲ କୁମାର ବେଉରିଆ, ଆଠମଲ୍ଲିକ ଉପଜିଲ୍ଲାପାଳ ଜିତେନ୍ଦ୍ର କୁମାର ପାତ୍ର, କିଶୋରନଗର ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିନୋଦ ବିହାରୀ ବେହେରାଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଲକ ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ।
ସେହିପରି ଅନୁଗୁଳ ଜିଲ୍ଲା କାର୍ଯ୍ୟାଳୟଠାରେ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ସମୁଦାୟ ୬୦ଟି ଅଭିଯୋଗ ଗ୍ରହଣ କରାଯାଇଥିଲା ।ଏହି ଶିବିରରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଅନୁଗୁଳ ଉପଜିଲ୍ଲାପାଳ ବରଣ୍ୟନ୍ଦୁ ମହାନ୍ତି, ଏସିଏଫ୍ କୃଷ୍ଣ ଚନ୍ଦ୍ର ସାହୁ, ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ ଡ. ବିଶ୍ବ ବିହାରିbମହାନ୍ତି ପ୍ରମୁଖ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ, ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।