ଅନୁଗୁଳ: ଜିଲ୍ଲାପାଳ ମହମ୍ମଦ ଅବଦଲ୍ ଅଖତରଙ୍କ ଅଧ୍ୟକ୍ଷତାରେ ପାଳଲହଡ଼ା ବ୍ଲକ କାର୍ଯ୍ୟଳୟ ପରିସରରେ ସୋମବାର ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଜନଶୁଣାଣି ଶିବିରରେ ସମୁଦାୟ ୫୦ଟି ଅଭିଯୋଗ ଗ୍ରହଣ କରାଯାଇଥିବା ବେଳେ ସେଥିରୁ ୪୪ଟି ବ୍ୟକ୍ତିଗତ ଓ ୦୬ଟି ଗ୍ରାମ୍ୟ ଭିତ୍ତିକ ଅଭିଯୋଗର ଶୁଣାଣି ହୋଇଛି। ଗୋଟିଏ ଅଭିଯୋଗର ତୁରନ୍ତ ଫଇସଲା କରାଯାଇଛି। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୨ ଜଣଙ୍କୁ ୧୦ ହଜାର ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଥିଲା।
ଏହି କାର୍ଯ୍ୟକ୍ରମରେ ପଞ୍ଚାୟତ ସମିତି ଅଧ୍ୟକ୍ଷା ରୀନା ରାଣୀ ନାୟକ, ଆଇ.ଏ.ଏସ୍ ପ୍ରୋବେସନରୀ ତେଜସ୍ବିନୀ ବେହେରା, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡ.ଶିବାନନ୍ଦ ମହାନ୍ତି, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ହେମନ୍ତ କୁମାର ସିଂହ, ଅତିରିକ୍ତ ଆରକ୍ଷୀ ଅଧ୍ୟକ୍ଷକ ଅନିଲ କୁମାର ବେଉରିଆ, ଉପଜିଲ୍ଲାପାଳ ସୁଶାନ୍ତ କୁମାର ପତି, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିଲ୍ଲୀପ କୁମାର ବାରା ଓ ତହସିଲଦାର ଆକାଂକ୍ଷା ମହାପାତ୍ରଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଲକ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।
ସେହିପରି ଅନୁଗୁଳ ଜିଲ୍ଲା କାର୍ଯ୍ୟାଳୟଠାରେ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। କାର୍ଯ୍ୟକ୍ରମରେ ଅନୁଗୁଳ ଉପଜିଲ୍ଲାପାଳ ବରଣ୍ୟନ୍ଦୁ ମହାନ୍ତି, ଜିଲ୍ଲା ପରିଷଦର ଅତିରିକ୍ତ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପଦ୍ମନାଭ ସାମନ୍ତରାୟ, ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ ଡ. ବିଶ୍ବବିହାରୀ ମହାନ୍ତିଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।