ଅନୁଗୁଳ: ଅନୁଗୁଳ ଜିଲ୍ଲାପାଳ ଅବଦାଲ ମୁହମ୍ମଦ୍ ଅଖତରଙ୍କର ଜୁନ୍ ମାସ ପାଇଁ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ସ୍ଥିର ହୋଇଛି। ଏଥିରେ ଜିଲ୍ଲାପାଳ ଓ ଅନୁଗୁଳ ଆରକ୍ଷୀ ଅଧୀକ୍ଷକ ରାହୁଲ ଜୈନଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗ ଦେବେ। ଜୁନ୍ ମାସ ପାଇଁ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ପୂର୍ବ କାର୍ଯ୍ୟସୂଚୀରେ ପରିବର୍ତ୍ତନ କରାଯାଇ
ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଜୁନ୍ ୯ତାରିଖ (ସୋମବାର) ପୂର୍ବାହ୍ନ ୭ଟାରେ ପାଳଲହଡ଼ା ବ୍ଲକ କାର୍ଯ୍ୟାଳୟ, ୧୬ତାରିଖ (ସୋମବାର) ପୂର୍ବାହ୍ନ ୧୦ଟାରେ ଜିଲ୍ଲା ସଦର ମହକୁମା (ସର୍କିଟ ହାଉସ୍ ଅଡିଟୋରିୟମ), ୨୩ତାରିଖ (ସୋମବାର) ପୂର୍ବାହ୍ନ ୧୦ଟାରେ ଛେଣ୍ଡିପଦା ବ୍ଲକ କାର୍ଯ୍ୟାଳୟ ଓ ୩୦ ତାରିଖ (ସୋମବାର) ପୂର୍ବାହ୍ନ ୧୦ ଟାରେ ବଅଁରପାଳ ବ୍ଳକ୍ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହେବ। ଏନେଇ ଜିଲ୍ଲା କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।