ମୁଖ୍ୟ ଖବର

ନଭେମ୍ବର ମାସ ପାଇଁ ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ସ୍ଥିର: ୬, ୧୩,୨୦ ଓ ୨୮ ତାରିଖରେ କରିପାରିବେ ଅଭିଯୋଗ

By Angul TV Bureau

October 31, 2023

ଅନୁଗୁଳ: ଅନୁଗୁଳ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କର ନଭେମ୍ବର ମାସ ପାଇଁ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ସ୍ଥିର ହୋଇଛି। କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଓ ଅନୁଗୁଳ ଆରକ୍ଷୀ ଅଧ୍ୟକ୍ଷକ ସୁଧାଂଶୁ ଶେଖର ମିଶ୍ରଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗ ଦେବେ।

ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ, ନଭେମ୍ବର ମାସ ୬ ତାରିଖ (ସୋମବାର) ପୂର୍ବାହ୍ନ ୧୦ଟାରେ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ କଣିହାଁ ବ୍ଲକ କାର୍ଯ୍ୟାଳୟରେ ଅନୁଷ୍ଠିତ ହେବ। ସେହିପରି ୧୩ ତାରିଖ (ସୋମବାର) ପୂର୍ବାହ୍ନ ୧୦ ଟାରେ ଜିଲ୍ଲା କାର୍ଯ୍ୟାଳୟ, ୨୦ ତାରିଖ (ସୋମବାର) ପୂର୍ବାହ୍ନ ୧୦ଟାରେ କିଶୋରନଗର ବ୍ଲକ କାର୍ଯ୍ୟାଳୟ ଓ ୨୮ତାରିଖ (ମଙ୍ଗଳବାର) ପୂର୍ବାହ୍ନ ୧୦ଟାରେ ଜିଲ୍ଲା କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହେବ। ଏହି ସମସ୍ତ କାର୍ଯ୍ୟକ୍ରମରେ ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ଯୋଗ ଦେଇ ନିଜ ନିଜର ଆପରି ଅଭିଯୋଗ ଉପସ୍ଥାପନ କରିବାକୁ ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି। କୌଣସି ଅଞ୍ଚଳବାସୀଙ୍କର ଯଦି କିଛି ସମସ୍ୟା ବା ଅଭିଯୋଗ ଥାଏ ତେବେ ସେ ସମାଧାନ ପାଇଁ ଆବେଦନ କରିବାକୁ କୁହାଯାଇଛି।