ମୁଖ୍ୟ ଖବର

ଲାଞ୍ଚ ନେଇ ଚାକିରିରୁ ବିଦା ହେଲେ ଅନୁଗୁଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କନିଷ୍ଠ କିରାଣୀ

By Angul TV Bureau

April 20, 2024

 

ଅନୁଗୁଳ: ଅନୁଗୁଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଜୁନିଅର ରେଭେନ୍ୟୁ ଆସିଷ୍ଟାଣ୍ଟ ପଙ୍କଜିନୀ ବିଶ୍ୱାଳଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି । ୨୦୨୩ ମସିହା ମେ ୧୨ ତାରିଖରେ ଲାଞ୍ଚ ନେବା ମାମଲାରେ ଅନୁଗୁଳ ଭିଜିଲାନ୍ସ କୋର୍ଟରେ ସେ ଦୋଷୀ ସାବ୍ୟସ୍ତ ହୋଇଥିଲେ। ପଙ୍କଜିନୀ ୨୦୧୭ ମସିହାରେ ଅନୁଗୁଳ ତହସିଲ ଅଫିସରେ କାର୍ଯ୍ୟରତ ଥିବା ବେଳେ ଜମି ପଟ୍ଟା ମ୍ୟୁଟେସନ କରିବା ପାଇଁ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଥିଲେ। କୋର୍ଟ ତାଙ୍କୁ ୩ ବର୍ଷ କାରାଦଣ୍ଡ ସହ ୫ ହଜାର ଟଙ୍କା ଜରିମାନା କରିଥିଲେ। ଜରିମାନା ଅନାଦେୟ ଆଉ ୨ ମାସ ଅଧିକ କାରାଦଣ୍ଡ ଭୋଗିବାକୁ ନିର୍ଦ୍ଦେଶ ରହିଛି। ଏହି ମାମଲାରେ ସେ ଦଣ୍ଡିତ ହେବା ପରେ ରାଜ୍ୟ ସରକାର ତାଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି।