କମିବ ଦିନର ତାତି: ୨୪ ଘଣ୍ଟାରେ କାଳବୈଶାଖୀ ବର୍ଷା

You are currently viewing କମିବ ଦିନର ତାତି: ୨୪ ଘଣ୍ଟାରେ କାଳବୈଶାଖୀ ବର୍ଷା

 

ଭୁବନେଶ୍ବର: କମିବ ଦିନର ତାତି। ମିଳିବ ଆଶ୍ୱସ୍ତି। ୨୪ ଘଣ୍ଟାରେ କାଳବୈଶାଖୀ ବର୍ଷା। ରାଜ୍ୟରେ ବର୍ତ୍ତମାନ ଅସହ୍ୟ ତାତି ଅନୁଭୂତ ହେଉଥିବା ବେଳେ ଏଥିରୁ ଆଶ୍ବସ୍ତି ମିଳିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ। ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା ନେଇ ସତର୍କ କରାଯାଇଛି। ଉପକୂଳ ସମେତ କିଛି ସ୍ଥାନରେ କାଳବୈଶାଖୀ ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଏହା ପ୍ରଭାବରେ ୩ରୁ ୫ ଡିଗ୍ରୀ ଯାଏଁ ତାପମାତ୍ରା ହ୍ରାସ ଘଟିବା ସହିତ ତାତିରୁ ଆଶ୍ବସ୍ତି ମିଳିବ।

ଆଜି ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ବୌଦ୍ଧ, ବଲାଙ୍ଗୀର, ସୋନପୁର, ସମ୍ବଲପୁର ଓ ଝାରସୁଗୁଡ଼ାରେ ଗ୍ରୀଷ୍ମପ୍ରବାହ ଜାରି ରହିବ। ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟର କିଛିସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

Share

Leave a Reply