କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିଜେପି ପକ୍ଷରୁ ସମ୍ବର୍ଦ୍ଧନା

You are currently viewing କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିଜେପି ପକ୍ଷରୁ ସମ୍ବର୍ଦ୍ଧନା

ଅନୁଗୁଳ: କେନ୍ଦ୍ର ଶିକ୍ଷା, କୋଶଲ ବିକାଶ ଏବଂ ଉଦ୍ୟମିତ ବିଭାଗ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁଗୁଳ ଜିଲ୍ଲା ଗ୍ରସ୍ତରେ ଶନିବାର ବିଜେପି ଅନୁଗୁଳ ଜିଲ୍ଲା କାର୍ଯ୍ୟାଳୟ ଠାରେ ସମ୍ବର୍ଦ୍ଧନା ଦିଆଯାଇଛି। ଜିଲ୍ଲା ସଭାପତି ଡିଲେଶ୍ୱର ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କୁ ଜିଲ୍ଲା କମିଟି, ବିଭିନ୍ନ ମୋର୍ଚ୍ଚା, ବିଭିନ୍ନ ସେଲ, ବିଭିନ୍ନ ମଣ୍ଡଳରୁ ଆସିଥିବା ମଣ୍ଡଳ କମିଟି ଏବଂ ନିର୍ବାଚିତ ପ୍ରତିନିଧିମାନଙ୍କ ତରଫରୁ ସମ୍ବର୍ଦ୍ଧନା ଦିଆଯାଇଥିଲା। କେନ୍ଦ୍ରର ମନ୍ତ୍ରୀ ମଣ୍ଡଳରେ ନୂତନ ବିଭାଗ ପାଇବା ପରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ନିଜ ଜିଲ୍ଲା ଗ୍ରସ୍ତ ଥିବା ହେତୁ କାର୍ଯ୍ୟକର୍ତାମାନଙ୍କ ମନରେ ଆନନ୍ଦ ଦେଖାଦେଇଥିଲା। ମନ୍ତ୍ରୀ ଜିଲ୍ଲାର ବିଭିନ୍ନ ରାସ୍ତା ଦେଇ ଆସୁଥିବାବେଳେ ଛକମାନଙ୍କରେ ସମ୍ବର୍ଦ୍ଧନା ଦିଆ ଯାଇଥିଲା।

ଏକ ମୋଟର ସାଇକେଲ ଶୋଭାଯାତ୍ରାରେ ମନ୍ତ୍ରୀଙ୍କୁ ଜିଲ୍ଲା କାର୍ଯ୍ୟାଳୟ ପର୍ଯ୍ୟନ୍ତ ଅଣାଯାଇଥିଲା। ଜିଲ୍ଲା କାର୍ଯ୍ୟାଳୟରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ ଜିଲ୍ଲା ସଭାପତି ଶ୍ରୀ ପ୍ରଧାନଙ୍କ ସହ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ, ସମ୍ବଲପୁର ସାଂସଦ ନିତେଶ ଗଙ୍ଗଦେଵ, ପ୍ରାକ୍ତନ ସାଂସଦ ରୁଦ୍ର ନାରାୟଣ ପାଣି, ରାଜ୍ୟ ସମ୍ପାଦକ କାଳନ୍ଦୀ ସାମଲ, ରାଜ୍ୟ କାର୍ଯ୍ୟକରିଣୀ ସଦସ୍ୟ ଅଶୋକ ମହାନ୍ତି, ପ୍ରତାପ ଚନ୍ଦ୍ର ପ୍ରଧାନ, ଅଗସ୍ତି ବେହେରା, ପ୍ରତିମା ମିଶ୍ର, ଜିଲ୍ଲା ପ୍ରଭାରୀ ସୀମାଞ୍ଚଳ ଖଟାଇ, ଜିଲ୍ଲା ଉପସଭାପତି ନୃସିଂହ ବରାଳ ଓ ଚୌଧୁରୀ ପ୍ରଧାନ

ଜିଲ୍ଲା ସାଧାରଣ ସମ୍ପାଦକ ପ୍ରକାଶ ମହାରଣା ଓ ସୁଦୀପ ଗଡ଼ନାୟକ, ଜିଲ୍ଲା ମିଡିଆସେଲ ଅଧ୍ୟକ୍ଷ ପର୍ଶୁରାମ୍ ବାରିକ, ତାଳଚେର ବ୍ଲକ ଅଧ୍ୟକ୍ଷ ବୃନ୍ଦାବନ ବେହେରା, କଣିହାଁ ବ୍ଲକ ଅଧ୍ୟକ୍ଷା ନମିତା ସାହୁ, ଜିଲ୍ଲା ସମ୍ପାଦକ ପ୍ରଶାନ୍ତ ନନ୍ଦ, ସବ୍ୟସାଚୀ ପାଣି, କୃଷକ ମୋର୍ଚ୍ଚା ଜିଲ୍ଲା ସଭାପତି ବିଜୟ ମାଝୀ, ଯୁବମୋର୍ଚା ଜିଲ୍ଲା ସଭାପତି ସୁଦୀପ୍ତ ସ୍ୱାଇଁ, ମହିଳା ମୋର୍ଚ୍ଚା ଜିଲ୍ଲା ସଭାନେତ୍ରୀ ବସନ୍ତ ମଞ୍ଜରୀ ପ୍ରଧାନ, ବିଜେପି ନେତା ମାନସ ଆଚାର୍ଯ୍ୟଙ୍କ ସହ ସମସ୍ତ ମଣ୍ଡଳ ସଭାପତି, ପ୍ରଭାରୀ, ସମସ୍ତ ଜିଲ୍ଲା କମିଟି ସଦସ୍ୟ ଓ ହଜାର ହଜାର ସଂଖ୍ୟାରେ କର୍ମକର୍ତ୍ତା ଯୋଗ ଦେଇଥିଲେ। ଏଥି ପୂର୍ବରୁ ମନ୍ତ୍ରୀ ଶ୍ରୀ ପ୍ରଧାନ ଅନୁଗୁଳ ସରସ୍ବତି ଶିଶୁ ବିଦ୍ୟାମନ୍ଦିରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

Share

Leave a Reply