ଅନୁଗୋଳ: ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ) ଅଧୀନରେ ଗୃହ ଆବଣ୍ଟନ ଲକ୍ଷ୍ୟ ଘୋଷଣା କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଛି। ବଲାଙ୍ଗୀରରୁ ମୁଖ୍ୟମନ୍ତ୍ରୀ ଏହାର ଶୁଭାରମ୍ଭ କରିଥିବାବେଳେ ଅନୁଗୋଳରେ ଆଭାସୀ ମାଧ୍ୟମରେ କାର୍ଯ୍ୟକ୍ରମ ହୋଇଥିଲା।
ଏଥିରେ ପାଳଲହଡ଼ା ବିଧାୟକ ତଥା ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଅଶୋକ ମହାନ୍ତି ମୁଖ୍ୟ ଅତିଥି ଏବଂ ଅନୁଗୋଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ ଓ ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରା ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ।
ଅନ୍ୟମାନଙ୍କ ମଧ୍ୟରେ ସାଂସଦଙ୍କ ପ୍ରତିନିଧି ପ୍ରଭାତ କୁମାର ପ୍ରଧାନ, ତାଳଚେର ବିଧାୟକଙ୍କ ପ୍ରତିନିଧି ସନ୍ତୋଷ କୁମାର ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଦେବଦତ୍ତ ମହନ୍ତ, ଡ. ଗୌରବମୟ ପ୍ରଧାନ ଓ ଡ. ବିଶ୍ୱଭୂଷଣଙ୍କ ସମେତ ବିଭାଗୀୟ ଅଧିକାରୀ ଓ ହିତାଧିକାରୀ ଉପସ୍ଥିତ ଥିଲେ। ସଭାକୁ ମାନସ ରଞ୍ଜନ ଭଞ୍ଜଦେଓ ପରିଚାଳନା କରିଥିଲେ।















