ଅନୁଗୁଳ: ଅନୁଗୁଳ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କ ଜରିଆରେ ବିଭିନ୍ନ ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ସେମାନଙ୍କ ଦାବି ମଧ୍ୟରେ ବଲାଙ୍ଗୀର ସାମ୍ବାଦିକ ବିଜୟ ପ୍ରଧାନଙ୍କୁ ଉଚିତ ନ୍ୟାୟ ପ୍ରଦାନ, ଦୋଷୀ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ, ସାମ୍ବାଦିକ ସୁରକ୍ଷା ଆଇନ ଲାଗୁ, ପେନସନ ଲାଗୁ, ଅନୁକମ୍ପା ରାଶି ୮ ଲକ୍ଷ ଟଙ୍କାକୁ ବୃଦ୍ଧି ଆଦି ରହିଥିଲା।
ଓଡ଼ିଶା ସାମ୍ବାଦିକ ୟୁନିୟନ ଅନୁବନ୍ଧିତ ଅନୁଗୁଳ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ସଭାପତି ଅଜିତ କୁମାର ଧର, ସାଧାରଣ ସମ୍ପାଦକ ସ୍ୱାଧୀନ କୁମାର ସାମଲ, କାର୍ଯ୍ୟକାରୀ ସଭାପତି ସୁଶାନ୍ତ ସାହୁ ପ୍ରମୁଖ ସଦସ୍ୟ ଅନୁଗୁଳ ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏହି ସ୍ମାରକପତ୍ର ପ୍ରଦାନ କରିଛନ୍ତି।