ଭୋଟ ବେଳେ ଭିଜାଇବ! ୨୨ରେ ଲଘୁଚାପ ସମ୍ଭାବନା

You are currently viewing ଭୋଟ ବେଳେ ଭିଜାଇବ! ୨୨ରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ୨୨ ତାରିଖ ବେଳକୁ ଓଡ଼ିଶାରେ ଆଉ ଏକ ଲଘୁଚାପ । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି। ଏଣୁ ଭୋଟ ବେଳେ ଓଡିଶା ଭିଜିବ ବୋଲି ଅନୁମାନ କରାଯାଉଛି। ଏହା ଉତ୍ତର-ପୂର୍ବ ଦିଗରେ ଗତି କରିବା ସମ୍ଭାବନା ଅଛି। କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ୨୪ ତାରିଖ ବେଳକୁ ଅବପାତରେ ପରିଣତ ହେବ। ତେବେ ଏହା କେତେ ଘନୀଭୂତ ହେବ ଓ କେଉଁ ଆଡ଼କୁ ଗତି କରିବ ତାହା ଏବେ ଯାଏଁ ସ୍ପଷ୍ଟ ହୋଇନାହିଁ ।

ଅନ୍ୟପଟେ ରାଜ୍ୟକୁ ପୁଣି ଲେଉଟିଛି ତାତି। ଆଗାମୀ ଦୁଇ ସପ୍ତାହ ଯାଏଁ ତାତିରୁ ମିଳିବନି ନିସ୍ତାର। ବାୟୁମଣ୍ଡଳର ମଧ୍ୟ ଏବଂ ଉପରିଭାଗରେ ଶୁଷ୍କ ପଶ୍ଚିମା ବାୟୁର ପ୍ରବାହ ବୃଦ୍ଧି, ଓ ସାମୁଦ୍ରିକ ବାୟୁ ପ୍ରବାହ ଦୁର୍ବଳ ଥିବାରୁ ଆଗାମୀ ଦୁଇ ସପ୍ତାହ ଯାଏଁ ତାତି ବଢ଼ିବ। ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ତାତି ସହ ପ୍ରବଳ ଗୁଳୁଗୁଳି ଅନୁଭୁତ ହେବ।

Share

Leave a Reply