ଅବପାତରେ ପରିଣତ ହେଲା ଲଘୁଚାପ, ୨ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

You are currently viewing ଅବପାତରେ ପରିଣତ ହେଲା ଲଘୁଚାପ, ୨ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ସୃଷ୍ଟି ହେଲା ଅବପାତ। ଅଧିକ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେବା ସମ୍ଭାବନା ରହିଛି।

ଅବପାତ ପ୍ରଭାବରେ ୨ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜି ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାବେଳେ ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସେହିପରି ବାକି ଅଞ୍ଚଳ ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି। ସମୁଦ୍ର ଅଶାନ୍ତ ଥିବାରୁ ଆସନ୍ତାକାଲି ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା। ବର୍ଷାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବା ପାଇଁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି।

Share

Leave a Reply