ଅନ୍ୟାନ୍ୟ

ଜରାସିଙ୍ଗା ପଞ୍ଚାୟତରେ ‘ମନ୍ କୀ ବାତ୍’ ଶୁଣିଲେ ସାଂସଦ ରୁଦ୍ର ନାରାୟଣ ପାଣି

By Angul TV Bureau

October 26, 2025

ଅନୁଗୁଳ: ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି ରବିବାର ଅନୁଗୁଳ ଜିଲ୍ଲାସ୍ଥିତ ଜରାସିଙ୍ଗା ପଞ୍ଚାୟତ ଗସ୍ତ କରି ପ୍ରଧାନମନ୍ତ୍ରୀଙ୍କ ଲୋକପ୍ରିୟ କାର୍ଯ୍ୟକ୍ରମ ‘ମନ୍ କୀ ବାତ୍’ ଶୁଣିବା ସହ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ପଞ୍ଚାୟତ କାର୍ଯ୍ୟାଳୟରେ ଶତାଧିକ କାର୍ଯ୍ୟକର୍ତ୍ତା ଓ ଜନସାଧାରଣଙ୍କ ଗହଣରେ ସାଂସଦ ପାଣି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାସିକ ‘ମନ୍ କୀ ବାତ୍’ କାର୍ଯ୍ୟକ୍ରମ ଶୁଣିଥିଲେ।

ଏହି ଅବସରରେ ସାଂସଦ ପାଣି ଶତାଧିକ ଲୋକଙ୍କ ଆପତ୍ତି ଓ ଅଭିଯୋଗ ଶୁଣିଥିଲେ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦୃଷ୍ଟି ଆକର୍ଷଣ କରି ସମସ୍ତ ସମସ୍ୟାର ସମାଧାନ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଏହାପରେ ସାଂସଦ କିଛି ଦିନ ତଳେ ବିୟୋଗ ହୋଇଥିବା ବିଜେପି ଯୁବ ନେତା ତଥା ଜରାସିଙ୍ଗା ସେବା ସମବାୟ ସମିତିର ପ୍ରାକ୍ତନ ସଭାପତି ଧିରେନ କୁମାର ସ୍ୱାଇଁଙ୍କ ବାସଭବନକୁ ଯାଇ ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଥିଲେ।

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ସାଧାରଣ ସମ୍ପାଦକ ସୁଦିପ ଗଡ଼ନାୟକ, ସ୍ଥାନୀୟ ସରପଞ୍ଚ ପ୍ରିୟଙ୍କା ସ୍ୱାଇଁଙ୍କ ସମେତ ବହୁ ବିଜେପି କାର୍ଯ୍ୟକର୍ତ୍ତା ଓ ଜନସାଧାରଣ ଉପସ୍ଥିତ ଥିଲେ।