ମୁଖ୍ୟ ଖବର

ଆଜି ଅପରାହ୍ନ ୫ରୁ ରାତି ୧୦ ପର୍ଯ୍ୟନ୍ତ ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

By Swagatika Samantray

November 27, 2024

ପୁରୀ : ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଆଜି ଅନୁଷ୍ଠିତ ହେବ। ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ। ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପର୍ଣ୍ଣ କରିବେ। ଏହା ଏକ ଗୁପ୍ତ ସେବା ଓ ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ ଅପରାହ୍ନ ୫ଟା ରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ପ୍ରାୟ ପାଞ୍ଚ ଘଣ୍ଟା ଧରି ଏହି ନୀତି ଚାଲିବାକୁ ଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ। ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ ।