ଅନୁଗୋଳ: ଅନୁଗୋଳ ଜିଲ୍ଲା କିଶୋରନଗର ଥାନା ଅନ୍ତର୍ଗତ ଘୋଷର ବ୍ରିଜ୍ ନିକଟସ୍ଥ ନଈରେ ଗାଧୋଉଥିବା ବେଳେ ବୁଡ଼ିଯାଇ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଘୋଷର ଗ୍ରାମର ଅନନ୍ତ ବାରିକ ବୋଲି ଜଣାପଡ଼ିଛି। ଖବର ପାଇ ବାମୁର ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ତାଙ୍କ ମୃତଦେହ ଉଦ୍ଧାର କରିଥିଲା। ପୁଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।
ଗାଧୋଇବା ବେଳେ ନଈରେ ବୁଡ଼ି ବ୍ୟକ୍ତିଙ୍କ ମୃତ୍ୟୁ
- Post published:November 28, 2026
- Post category:ଘଟଣା ଓ ଦୁର୍ଘଟଣା
- Post comments:0 Comments
- Post author:Angul TV Bureau








