ଭୁବନେଶ୍ୱର: ମାଧ୍ୟମିକ ଶିକ୍ଷା ପରିଷଦ (ବିଏସଇ) ପକ୍ଷରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏହି ସପ୍ଲିମେଣ୍ଟାରୀ ପରୀକ୍ଷା ଜୁଲାଇ ୧ ତାରିଖରୁ ଆରମ୍ଭ ହୋଇ ୧୦ ତାରିଖ ଯାଏଁ ଚାଲିବ। ପରୀକ୍ଷା ଗୋଟିଏ ସିଟିଂରେ ସକାଳ ୯ ଟାରୁ ଆରମ୍ଭ ହୋଇ ଦିନ ସାଢ଼େ ୧୧ ଟା ଯାଏଁ ଚାଲିବ । କେବଳ ଗଣିତରେ ଛାତ୍ରଛାତ୍ରୀଙ୍କୁ ଅଧିକ ୧୫ ମିନିଟ୍ ମିଳିବ ।
ମାଟ୍ରିକ ପରୀକ୍ଷାରେ ଫେଲ ହୋଇଥିବା ଛାତ୍ରଛାତ୍ରୀ, ଏମପି ହୋଇଥିବା ଛାତ୍ରଛାତ୍ରୀ ଏବଂ ପରୀକ୍ଷାରେ ଅନୁପସ୍ଥିତ ରହିଥିବା ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେଇପାରିବେ। ସୂଚନା ଅନୁଯାୟୀ, ମେ ୨୬ ତାରିଖ ଯାଏଁ ମାଟ୍ରିକ ସପ୍ଲିମେଣ୍ଟାରୀ ପାଇଁ ଫର୍ମ ପୂରଣ କରିପାରିବେ ଛାତ୍ରଛାତ୍ରୀ ।