ଅନୁଗୁଳ: ଆଜି ପୂର୍ବାହ୍ନରେ ସର୍କିଟ ହାଉସ ସମ୍ମିଳନୀ କକ୍ଷରେ ଅନୁଗୁଳ ପୌରପାଳିକା ଅନ୍ତର୍ଗତ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ ଓ ଯୋଜନାର ସମୀକ୍ଷା ବୈଠକ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ବୈଠକରେ ଅନୁଗୁଳ ବିଧାୟକ ତଥା ବିଧାନସଭାର ଉପବାଚସ୍ପତି ରଜନୀକାନ୍ତ ସିଂହ ଯୋଗ ଦେଇ ପୌରପାଳିକା, ଜିଲ୍ଲା ସହରାଞ୍ଚଳ ବିକାଶ ସଂସ୍ଥା (DUDA) ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ବିଭାଗ ଦ୍ବାରା କାର୍ଯ୍ୟାନ୍ବିତ ହେଉଥିବା ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ।
ବୈଠକରେ ମୁଖ୍ୟତଃ ସ୍ବାସ୍ଥ୍ୟ, ଜଳ ଯୋଗାଣ,ପୂର୍ତ୍ତ ଓ ଗୃହ ନିର୍ମାଣ, ବିଦ୍ୟୁତ,ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ସହରାଞ୍ଚଳ ବିକାଶ ଯୋଜନା ଅନ୍ତର୍ଭୁକ୍ତ କାର୍ଯ୍ୟକ୍ରମ ଉପରେ ଆଲୋଚନା ହୋଇଥିଲା।
ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଳିତ ମୋହନ ବେହେରା, ପୌରପାଳିକାର ନିର୍ବାହୀ ଅଧିକାରୀ ଗିରିଜା ଶଙ୍କର ମଲ୍ଲିକ, ଜିଲ୍ଲା ସହରାଞ୍ଚଳ ବିକାଶ ସଂସ୍ଥା (DUDA)ର ଟିମ୍ ଲିଡର ଜିତେନ୍ଦ୍ର ସାହୁ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ।
ଅନୁଗୁଳ ପୌରପାଳିକାର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ ଓ ଯୋଜନାର ସମୀକ୍ଷା କଲେ ବିଧାୟକ
![You are currently viewing ଅନୁଗୁଳ ପୌରପାଳିକାର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ ଓ ଯୋଜନାର ସମୀକ୍ଷା କଲେ ବିଧାୟକ](https://angultv.com/wp-content/uploads/2023/05/IMG-20230518-WA0022-01.jpeg)