ଅନୁଗୁଳ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ୧୨୧ ତମ ମନ୍ କି ବାତ୍ କାର୍ଯ୍ୟକ୍ରମ ରବିବାର ଆୟୋଜିତ ହୋଇଛି। ଅନୁଗୁଳ ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀଙ୍କର ଏହି କାର୍ଯ୍ୟକ୍ରମକୁ ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ଉପସ୍ଥିତ ରହି ଶୁଣିଥିଲେ। ୧୧ଟାରୁ ସାଢ଼େ ୧୧ ଟା ଯାଏଁ ୩୦ ମିନିଟ ଧରି ଏହି କାର୍ଯ୍ୟକ୍ରମ ପ୍ରସାରିତ ହୋଇଥିଲା। ସାଂସଦ ଶ୍ରୀ ପାଣିଙ୍କ ସମେତ ଅନୁଗୁଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ, ପ୍ରାକ୍ତନ ଜିଲ୍ଲା ସଭାପତି ଦିଲେଶ୍ଵର ପ୍ରଧାନ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା ପ୍ରତିମା ମିଶ୍ର, ଜିଲ୍ଲା କୋଷାଧ୍ୟକ୍ଷ ବିଶ୍ୱଜିତ ମିଶ୍ର, ବରିଷ୍ଠ ନେତା ଦିଲ୍ଲୀପ ପ୍ରଧାନ, ବସନ୍ତ ମଞ୍ଜରୀ ପ୍ରଧାନ, ରୋଜାଲିନ ଦାସ, ନମିତା ଦଳ ବେହେରା, ସୁଜାତା ଦାସ, ତିଳୋତ୍ତମା ସାମନ୍ତ, ମିତାରାଣୀ ପାତ୍ର, ସ୍ମିତା ପଟ୍ଟନାୟକ, ବିଶ୍ୱରଂଜନ ପ୍ରଧାନ, ଅପର୍ଣ୍ଣା ସାହୁ, ଚିତ୍ତରଞ୍ଜନ ସାମନ୍ତଙ୍କ ସମେତ ବହୁ ପଦାଧିକାରୀ ଉପସ୍ଥିତ ଥିଲେ।
ବିଜେପି କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀଙ୍କ ମନ କୀ ବାତ୍ ଶୁଣିଲେ ସାଂସଦ ରୁଦ୍ର ନାରାୟଣ ପାଣି
- Post published:April 28, 2025
- Post category:ଅନ୍ୟାନ୍ୟ
- Post comments:0 Comments
- Post author:Angul TV Bureau
