ନାଲକୋ ପ୍ଲାଣ୍ଟର ଉତ୍ପାଦନ କ୍ଷମତା ବାର୍ଷିକ ୧ ମିଲିୟନ ଟନ୍ ବୃଦ୍ଧି ହେଉ: ଧର୍ମେନ୍ଦ୍ର ପ୍ରଧାନ

0

ଅନୁଗୁଳ: ଅନୁଗୁଳ ନ୍ୟାସନାଲ ଆଲୁମିନିୟମ କମ୍ପାନି (ନାଲକୋ)ର ଆଲୁମିନିୟମ ଉତ୍ପାଦନ କ୍ଷମତା ବାର୍ଷିକ ୧ ମିଲିୟନ ଟନକୁ ବୃଦ୍ଧି କରାଯାଉ ବୋଲି ପ୍ରକାଶ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।
ସୂଚନା ଅନୁଯାୟୀ କେନ୍ଦ୍ର ଖଣି, କୋଇଲା ଓ ସଂସଦ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କ ସହ ଆଲୋଚନା ପରେ ଏ ସମ୍ବନ୍ଧରେ ତାଙ୍କୁ ପତ୍ର ଲେଖି ପ୍ରସ୍ତାବ ଦେଇଛନ୍ତି ଧର୍ମେନ୍ଦ୍ର। ସେହିପରି ଅନୁଗୁଳ ଜିଲ୍ଲାର ବ୍ରାଉନଫିଲ୍ଡ ସମ୍ପ୍ରସାରଣ ପ୍ରକଳ୍ପ ପାଇଁ ଫିଡର କ୍ୟାପଟିଭ୍ ପାୱାର ପ୍ଲାଣ୍ଟ (ସିପିପି) ଆରମ୍ଭ କରିବାକୁ ମଧ୍ୟ ଶ୍ରୀ ପ୍ରଧାନ ପ୍ରସ୍ତାବ ଦେଇଛନ୍ତି । ନାଲକୋ ଏହାର ଉତ୍ପାଦନ କ୍ଷମତା ବାର୍ଷିକ ୦.୪୬ ମିଲିୟନ ଟନରୁ ୧ ମିଲିୟନ ଟନ୍ ବୃଦ୍ଧି କରିବା ପାଇଁ ଅନୁଗୁଳ ଜିଲ୍ଲାରେ ଏକ ଆଲୁମିନିୟମ ସ୍ମେଲଟର ପ୍ଲାଣ୍ଟ ପାଇଁ ଏକ ବ୍ରାଉନଫିଲ୍ଡ ସମ୍ପ୍ରସାରଣ ପ୍ରକଳ୍ପ ଆରମ୍ଭ କରୁଛି । ଏହି ପ୍ରକଳ୍ପରେ ୧୪୦୦ ମେଗାୱାଟ ଫିଡର କ୍ୟାପଟିଭ୍ ପାୱାର ପ୍ଲାଣ୍ଟ ନିର୍ମାଣ ଅନ୍ତର୍ଭୁକ୍ତ ରହିଛି । ଏହି ପ୍ରକଳ୍ପର ଆନୁମାନିକ ମୂଲ୍ୟ ୨୨ ହଜାର କୋଟି ଥିବା ବେଳେ ଏହା ବର୍ତମାନ ଜମି ଅଧିଗ୍ରହଣ ପର୍ଯ୍ୟାୟରେ ରହିଛି । ଶ୍ରୀ ପ୍ରଧାନ ଆହୁରି ମଧ୍ୟ ଉଲ୍ଲେଖ କରିଛନ୍ତି ଯେ ପଟ୍ଟାଙ୍ଗୀ ଖଣି କାର୍ଯ୍ୟକ୍ଷମ ହେବା ପରେ ନାଲକୋର ବକ୍ସାଇଟ୍ ଉତ୍ପାଦନ କ୍ଷମତା ବାର୍ଷିକ ୭.୩ ମିଲିୟନ ଟନରୁ ବାର୍ଷିକ କ୍ଷମତା ୧୦.୫ ମିଲିୟନ ଟନକୁ ବୃଦ୍ଧି ପାଇବ । ଏହାମଧ୍ୟରୁ ଆଲୁମିନାର ବାର୍ଷିକ କ୍ଷମତା ୩.୧ ମିଲିୟନ ଟନ ଧାରଣ କରିଥିବା ବେଳେ ଏହି ଆଲୁମିନାରୁ ବାର୍ଷିକ ୧.୫ ମିଲିୟନ ଟନ୍ ଆଲୁମିନିୟମ ଉତ୍ପାଦନ ହେବାର ସମ୍ଭାବନା ରହିଛି ।

Leave A Reply

Your email address will not be published.

error: Content is protected !!