ଜରପଡ଼ା ପତିତପାବନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆ -ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ

You are currently viewing ଜରପଡ଼ା ପତିତପାବନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆ -ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ

ଛେଣ୍ଡିପଦା : ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ଜରପଡ଼ା ପତିତପାବନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଚାଲିଥିବା ନୂଆ -ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଶୁକ୍ରବାର ଉଦଯାପିତ ହୋଇଛି। ବିଦ୍ୟାଳୟ ଅଧ୍ୟକ୍ଷା ସୁଶ୍ରୀ ଶକ୍ତି ସ୍ୱରୂପାଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର ବେହେରା ଯୋଗ ଦେଇଥିଲେ।
ଏହି ଅବସରରେ ମୁଖ୍ୟ ଅତିଥି ପ୍ରଥମେ ବିଦ୍ୟାଳୟର ପ୍ରତିଷ୍ଠାତା ସ୍ୱର୍ଗତ ବାଳକୃଷ୍ଣ ପଟ୍ଟନାୟକଙ୍କ ଫଟୋ ଚିତ୍ରରେ ପୁଷ୍ପ ମାଲ୍ୟାର୍ପଣ କରିବା ସହ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଶୁଭାରମ୍ଭ କରିଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସୁଦୂରପ୍ରସାରୀ ଦୂର ଦୃଷ୍ଟି ଯୋଗୁ ଏହି ପ୍ରାୟୋଜିତ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ସମ୍ପର୍କରେ ସବିଶେଷ ଆଲୋଚନା ହୋଇଥିଲା। ମହାବିଦ୍ୟାଳୟ ଏବଂ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସ୍ତରରେ ଅଧ୍ୟୟନରତ ଛାତ୍ରଛାତ୍ରୀ ଶିକ୍ଷା ସହ କ୍ରୀଡ଼ା, ସାଂସ୍କୃତିକ ଏବଂ ସାମାଜିକ କ୍ଷେତ୍ରରେ ନିଜର ପାରଦର୍ଶିତା ତଥା ଦକ୍ଷତା କିପରି ପ୍ରତିପାଦନ କରିପାରିବେ, ସେ ନେଇ ବହୁ ଗୁରୁତ୍ବପୂର୍ଣ୍ଣ ପରାମର୍ଶ ଦେଇଥିଲେ।
ଏହି ପରିପ୍ରେକ୍ଷୀରେ ବିଭିନ୍ନ କ୍ରୀଡା ସାଂସ୍କୃତିକ ଆଦି ବିଭାଗରେ କୃତିତ୍ୱ ଲାଭ କରିଥିବା ଛାତ୍ରଛାତ୍ରୀଙ୍କୁ ମାନପତ୍ର ସହ ସିଲଡ କପ୍ ପ୍ରଦାନ ପୂର୍ବକ ପୁରସ୍କୃତ କରାଯାଇଥିଲା।

ଅଧ୍ୟାପକ ରମେଶ ଚନ୍ଦ୍ର ବେହେରା ସ୍ୱାଗତ ଅଭିଭାଷଣ ଏବଂ ଅତିଥି ପରିଚୟ ପ୍ରଦାନ କରିଥିଲେ। ଓଡ଼ିଆ ଅଧ୍ୟାପକ ହରମୋହନ ଦାଶ ମଞ୍ଚ ପରିଚାଳନା କରିଥିଲେ। ଅଧ୍ୟକ୍ଷା ଶକ୍ତି ସ୍ୱରୂପା ବାର୍ଷିକ ବିବରଣୀ ଉପସ୍ଥାପନା କରିଥିଲେ।
ଅନ୍ୟ ମାନଙ୍କ ମଧ୍ୟରେ ମୁଖ୍ୟ ବକ୍ତା ଭାବେ ଅବସରପ୍ରାପ୍ତ ପ୍ରଶାସକ ତଥା ଶିକ୍ଷାବିତ ଡଃ ଧରଣୀଧର ନାଥ, ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ପ୍ରଧ୍ୟାପକ ତଥା ଉତ୍କଳ ସମ୍ମିଳନୀ ଜିଲ୍ଲା ସଭାପତି ବିଶ୍ୱରଞ୍ଜନ ପ୍ରଧାନ, ଜିଲ୍ଲା ପରିଷଦ ସଭ୍ୟ ପ୍ରଦୀପ କୁମାର ସାହୁ, ଜିଲ୍ଲା ପରିଷଦ ସଦସ୍ୟା ଭାନୁପ୍ରିୟା ପ୍ରଧାନ, ନୋଡାଲ ଅଫିସର ଅଧ୍ୟାପକ ସୁଶୀଲ କୁମାର ପ୍ରଧାନ, ଅବସରପ୍ରାପ୍ତ ଅଧ୍ୟକ୍ଷ ଜଗବନ୍ଧୁ ସାହୁ, ବିଦ୍ୟାଳୟ ପୁରାତନ ପରିଚାଳନା କମିଟି କର୍ମକର୍ତ୍ତା ଲକ୍ଷ୍ମୀଧର ସାହୁ, ରସାନନ୍ଦ ସାହୁ, ସତ୍ୟାନନ୍ଦ ପ୍ରଧାନ, ଲିଙ୍ଗରାଜ ପ୍ରଧାନ , ଅଭିରାମ ସାହୁ ପ୍ରମୁଖ ଯୋଗ ଦେଇଥିଲେ।

ପରେ ଛାତ୍ରଛାତ୍ରୀ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଶେଷରେ ଅଧ୍ୟାପକ ଅଶୋକ କୁମାର ବିଶ୍ୱାଳ ଧନ୍ୟବାଦ ଅର୍ପଣ କରିଥିଲେ।

Share

Leave a Reply