ନିତିନ ନବୀନ ବିଜେପିର ରାଷ୍ଟ୍ରୀୟ ସଭାପତି ଭାବେ ନିର୍ବାଚିତ, ଜିଲ୍ଲା ବିଜେପି ପକ୍ଷରୁ ଅଭିନନ୍ଦନର ସୁଅ

You are currently viewing ନିତିନ ନବୀନ ବିଜେପିର ରାଷ୍ଟ୍ରୀୟ ସଭାପତି ଭାବେ ନିର୍ବାଚିତ, ଜିଲ୍ଲା ବିଜେପି ପକ୍ଷରୁ ଅଭିନନ୍ଦନର ସୁଅ

ଅନୁଗୁଳ: ଭାରତୀୟ ଜନତା ପାର୍ଟି (ବିଜେପି)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ନିତିନ ନବୀନ ନିର୍ବାଚିତ ହୋଇଛନ୍ତି। ସେ ଏହି ଗୁରୁତ୍ୱପୂର୍ଣ୍ଣ ପଦରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ବିଭିନ୍ନ ମହଲରୁ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି। ସେହିପରି ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି ନିତିନ ନବୀନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।

ଏହି ଅବସରରେ ବିଜେପି ରାଜ୍ୟ ସମ୍ପାଦକ କାଳନ୍ଦି ସାମଲ, ଜିଲ୍ଲା ବିଜେପି ସଭାପତି ଯଯାତି ପଟ୍ଟନାୟକ, ବିଧାୟକ ଅଶୋକ ମହାନ୍ତି, ପ୍ରତାପ ଚନ୍ଦ୍ର ପ୍ରଧାନ ଓ ଅଗସ୍ତି ବେହେରା, ପ୍ରାକ୍ତନ ମନ୍ତ୍ରୀ ସଂଜୀବ ସାହୁ, ପ୍ରାକ୍ତନ ବିଧାୟକ ରମେଶ ସାଏ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା ପ୍ରତିମା ମିଶ୍ର, ପ୍ରାକ୍ତନ ଜିଲ୍ଲା ସଭାପତି ଦିଲେଶ୍ଵର ପ୍ରଧାନ, ଜୋନାଲ ମିଡ଼ିଆ ସେଲ ସଂଯୋଜକ ପର୍ଶୁରାମ ବାରିକଙ୍କ ସମେତ ସମସ୍ତ ଜିଲ୍ଲା ପଦାଧିକାରୀ ନୂତନ ରାଷ୍ଟ୍ରୀୟ ସଭାପତି ନିତିନ ନବୀନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।

Share

Leave a Reply