ଅନ୍ୟାନ୍ୟ

ଅନ୍ତର୍ଜାତୀୟ ନିଶାଦ୍ରବ୍ୟ ଅପବ୍ୟବହାର ଓ ଅବୈଧ ଚାଲାଣ ବିରୋଧ ଦିବସରେ ସଚେତନତା ରାଲି

By Angul TV Bureau

June 26, 2023

ଅନୁଗୁଳ : ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଅନ୍ତର୍ଜାତୀୟ ନିଶାଦ୍ରବ୍ୟ ଅପବ୍ୟବହାର ଓ ଅବୈଧ ଚାଲାଣ ବିରୋଧ ଦିବସ-୨୦୨୩ ନିମନ୍ତେ ଏକ ସଚେତନତା ରାଲି ଆୟୋଜିତ ହୋଇଛି। ଏହି ସଚେତନତା ରାଲି ଜିଲ୍ଲା କାର୍ଯ୍ୟାଳୟରୁ ବାହାରି ସହର ପରିକ୍ରମା କରିଥିଲା। ଅତିରିକ୍ତ ଜିଲ୍ଲାପାଳ ରଜନୀକାନ୍ତ ସ୍ବାଇଁ ପତାକା ଦେଖାଇ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡା. ତ୍ରିଲୋଚନ ପ୍ରଧାନ, ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁ, ଅବକାରୀ ଅଧୀକ୍ଷକ ମଧୁସ୍ମିତା ନାୟକ ଉପସ୍ଥିତ ଥିଲେ।

ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି ନିମନ୍ତେ ଏକ ସଚେତନତା ରଥ ସହର ପରିକ୍ରମା କରିଥିଲା। ଜିଲ୍ଲାର ବିଭିନ୍ନ ଅନୁଷ୍ଠାନ ଓ ବିଦ୍ୟାଳୟଗୁଡିକରେ ମଧ୍ୟ ଶପଥ ଗ୍ରହଣ କରାଯାଇଥିଲା। ଜିଲ୍ଲା ଅବକାରୀ ବିଭାଗର ବିଭିନ୍ନ ଅଧିକାରୀମାନେ ମୋଟର ସାଇକେଲ ରାଲିରେ ସହର ପରିକ୍ରମା କରିଥିଲେ। କାର୍ଯ୍ୟକ୍ରମରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନାରାୟଣ ମହାପାତ୍ର ଏବଂ ସାମାଜିକ ସୁରକ୍ଷା ବିଭାଗର କର୍ମଚାରୀ ଓ ସ୍ୱେଚ୍ଛାସେବୀମାନେ ଉପସ୍ଥିତ ରହି ପରିଚାଳନା କରିଥିଲେ।